ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ଦୀର୍ଘ ମାସ ହେଲା ଅସ୍ଥିମଜ୍ଜା କ୍ୟାନ୍ସର ରୋଗରେ ପୀଡ଼ିତ ହେବାପରେ ସେ ଭୁବନେଶ୍ୱରେ ରହି ଚିକିତ୍ସାଧୀନ ଥିଲେ । ଲଳିତଙ୍କ ପରଲୋକ ନେଇ ପରିବାର ସୂତ୍ରରୁ ସୂଚନା ଦିଆଯାଇଛି।

ଲଳିତ ପଶ୍ଚିମ ଓଡ଼ିଶା ଶ୍ରମିକ ସଂଘ ସଭାପତି ଭାବେ କାର୍ଯ୍ୟ କରୁଥିଲେ। ସେ ପଶ୍ଚିମ ଓଡିଶା ଶ୍ରମିକ ସଂଘର ସଭାପତି, ବିଦ୍ୟୁତ୍‌ କର୍ମଚାରୀ ସଂଘର ସଭାପତି, ରିକ୍ସା ଓ ଅଟୋ ଚାଳକ ସଂଘର ସଭାପତି ଭଳି ପ୍ରାୟ ୫୦ ଟି ସଂଗଠନର ସଭାପତି ଭାବରେ ଦାୟିତ୍ୱ ତୁଲାଉଥିଲେ।

Lalit Nayak

ରାଜେନ୍ଦ୍ର କଲେଜର ଛାତ୍ର ସଂସଦ ସଭାପତି ଭାବେ ୮୦ ଦଶକରେ ବେଶ୍ ଚର୍ଚ୍ଚିତ ଥିଲେ । ଛାତ୍ର ଜୀବନରୁ ଜଣେ ରକ୍ତଦାତା ପ୍ରବର୍ତ୍ତକ ଭାବେ ବେଶ୍ ସୁନାମ ଅର୍ଜନ କରିଥିଲେ । ୮୦ରୁ ଅଧିକ ଥର ରକ୍ତଦାନ କରି ତତ୍କାଳୀନ ଓଡ଼ିଶା ରାଜ୍ୟପାଳଙ୍କଠାରୁ ସେ ପୁରସ୍କୃତ ହୋଇଥିବା ବେଳେ ଆଜି ପର୍ୟ୍ୟନ୍ତସେ ପ୍ରାୟ ୧୫୦ ୟୁନିଟ୍ ରକ୍ତଦାନ କରି ସାରିଥିଲେ ।

ତେବେ ତାଙ୍କ ବିୟୋଗରେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୋକପ୍ରକାଶ କରିଛନ୍ତି । ମୁଖମନ୍ତ୍ରୀ ଲେଖିଛନ୍ତି, ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ କଲ୍ୟାଣ ସହ ରକ୍ତଦାନ କ୍ଷେତ୍ରରେ ତାଙ୍କ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+