Get Updates
Get notified of breaking news, exclusive insights, and must-see stories!

ଆଉ ୫ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍; ଭର୍ଚୁଆଲରେ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଆଉ ୫ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍ । କଟକ ବାଲିଯାତ୍ରା ତଳ ପଡ଼ିଆରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ଲକ୍ଷ୍ମୀ ବସ୍ ଯୋଜନାର ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

କଟକ, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର ଓ କନ୍ଧମାଳ ଜିଲ୍ଲାରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିଛନ୍ତି । ଲକ୍ଷ୍ମୀ ବସ୍ ଦ୍ୱାରା ଗାଁରୁ ସହରକୁ ସୁଲଭ ମୂଲ୍ୟରେ ଯାତ୍ରା କରିପାରିବେ ଲୋକ ଏବଂ ମହିଳା ମାନେ ମାତ୍ର ୫ଟଙ୍କାରେ ପଂଚାୟତରୁ ବ୍ଲକକୁ ଯାତ୍ରା କରିପାରିବେ ।

ଝାରସୁଗୁଡ଼ା ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ପଞ୍ଚାୟତ ମୁଖ୍ୟାଳୟ ଠାରୁ ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବ ଲକ୍ଷ୍ମୀ ବସ୍ । ବସ୍ ସେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥ‌ିବା ଏହି ପଦକ୍ଷେପ ସ୍ବରୂପ ଜିଲ୍ଲାରେ ୧୮ଟି ରୁଟ୍‌ରେ ୧୮ ଗୋଟି ବସ ଚଳାଚଳ କରିବ ।

Naveen patnaik

କଟକରେ ପ୍ରଥମ ପର୍ଯ୍ୟାୟରେ ୧୪ଟି ବ୍ଲକରେ ୨୮ଟି ବସର ଶୁଭାରମ୍ଭ ହୋଇଛି । ଏହି ବସ୍ ଗୁଡ଼ିକ ଜିଲ୍ଲାର ବିଭିନ୍ନ ପଞ୍ଚାୟତରୁ ବ୍ଲକ ସଦର ମହକୁମାକୁ ଚଳାଚଳ କରିବ । ଗ୍ରାମାଂଚଳରେ ଗମନାଗମନକୁ ସହଜ କରିବା ପାଇଁ ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ ହୋଇଛି ।

ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ । ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+