ଗାଁରୁ ଯୋଡ଼ିହେବ ରାଜଧାନୀ, ଆଜି ଠୁ ଶୁଭାରମ୍ଭ ହେବ ଲକ୍ଷ୍ମୀ ଯୋଜନା
ଭୁବନେଶ୍ୱର: ଗାଁରୁ ଯୋଡ଼ିହେବ ରାଜଧାନୀ । ଆହୁରି ସୁଗମ ହେବ ପରିବହନ । ଯାତ୍ରୀ ପରିବହନ କ୍ଷେତ୍ରରେ ଆସିବ ପରିବର୍ତ୍ତନ । ଆଜି ଠୁ ଶୁଭାରମ୍ଭ ହେବ ଲକ୍ଷ୍ମୀ ଯୋଜନା ।

ଐତିହାସିକ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାଥମିକ ପର୍ଯ୍ୟାୟରେ ମାଲକାନଗିରି ସମେତ 4 ଟି ଜିଲ୍ଲାରୁ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା । ମାଲକାନଗିରି ଜିଲ୍ଲାରୁ ଗଡ଼ିବ 36 ଟି ବସ୍ । ଲକ୍ଷ୍ମୀ ଯୋଜନା ଅଧୀନରେ ବ୍ଲକ ସଂଯୋଗୀକରଣ ଦ୍ବାରା ପଞ୍ଚାୟତରୁ ବ୍ଲକ, ଜିଲ୍ଲା ସଂଯୋଗୀକରଣ ଦ୍ବାରା ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ, ଜଗନ୍ନାଥ ଏକ୍ସପ୍ରେସ ମାଧ୍ୟମରେ ଜିଲ୍ଲା ମୁଖ୍ୟାଳୟକୁ ଭୁବନେଶ୍ବର ଓ ପୁରୀକୁ ଯୋଗାଯୋଗ ସୁବିଧା ଯୋଗାଇ ଦିଆଯିବ ।
ଅନ୍ତଃଜିଲ୍ଲା ଓ ଆନ୍ତଃକ୍ଲଷ୍ଟର ମଧ୍ୟରେ ଯୋଗାଯୋଗ ସୁବିଧା ଉପଲବ୍ଧ କରାଯିବ । ଯୋଜନାରେ ମହିଳା ସଶକ୍ତିକରଣକୁ ପ୍ରାଥମିକତା ଦିଆଯାଇଛି । ଏସଏଚଜି ସଦସ୍ୟା ମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ସହ କର୍ମକ୍ଷେତ୍ରରେ ନିରାପଦ ସୁରକ୍ଷା ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଉଛି । ରାଜ୍ୟରେ ସୁନିଶ୍ଚିତ ଓ ନିରାପଦ ପରିବହନ ସେବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଲୋକେସନ ଆକ୍ସେସିବିଲିଟି ମଲ୍ଟି ମୋଡାଲ୍ ଇନିସିଏଟିଭ୍ ବା ଲକ୍ଷ୍ମୀ ଯୋଜନା ।
ଯୋଜନା ଅଧିନରେ ହଜାରେରୁ ଅଧିକ ବସ ଚଳାଚଳ କରାଯିବାର ଲକ୍ଷ୍ୟ ରଖାଯାଇଛି । ପ୍ରଥମ ତିନି ବର୍ଷରେ 3178 କୋଟି ଟଙ୍କା ଖର୍ଚ୍ଚ ହେବ । ଏହାର ଅବଧି 10 ବର୍ଷ ପର୍ଯ୍ୟନ୍ତ ରହିଥିବାବେଳେ ପ୍ରଦର୍ଶନ ଆଧାରରେ ଆଉ 2 ବର୍ଷ ବୃଦ୍ଧି କରାଯାଇ ପାରିବ । ଏହାଦ୍ବାରା ଗ୍ରାମାଞ୍ଚଳର ଜନସାଧାରଣଙ୍କ ସାମାଜିକ, ଆର୍ଥିକ ଏବଂ ସାମଗ୍ରିକ ଜୀବିକାକୁ ବୃଦ୍ଧି କରାଯାଇପାରିବ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications