ନୂଆଖାଇ ପାଇଁ ବାହାରିଲା ଲଗ୍ନ: ବଲାଙ୍ଗିରରେ ଅଗଷ୍ଟ ୨୮ ଗୁରୁବାର ସକାଳ ୯ଟା ୪୭ରୁ ୧୧ଟା ୧୧ ଯାଏଁ ନବାନ୍ନ ଲାଗି

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ବାହାରିଲା ଲଗ୍ନ। ବଲାଙ୍ଗିରରେ ଅଗଷ୍ଟ ୨୮ ଗୁରୁବାର ସକାଳ ୯ଟା ୪୭ରୁ ୧୧ଟା ୧୧ ଯାଏଁ ନବାନ୍ନ ଲାଗି ହେବ। ଇଷ୍ଟଦେବୀ ମା ପାଟଣେଶ୍ବରୀ ଓ ସମଲେଶ୍ବରୀଙ୍କ ନିକଟରେ ଲାଗି ହେବ ନବାନ୍ନ ।

ଲଗ୍ନ
ଆଗକାଳରେ ରାଜାମାନେ ନିଜ ରାଜ୍ୟର ଇଷ୍ଟଦେବୀଙ୍କ ନାମ ଅନୁସାରେ ନୂଆଖାଇବାର ଲଗ୍ନ ଧାର୍ଯ୍ୟ କରି ଭିନ୍ନ ଭିନ୍ନ ଦିନ ନୂଆ ଖାଉଥିଲେ । ରାଜାରାଜୁଡ଼ା ଶାସନ ପରେ ମଧ୍ୟ ରାଜାଙ୍କ ଇଷ୍ଟଦେବୀଙ୍କ ନାମ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ, ତେଣୁ ୧୯୯୧ ମସିହା ପର୍ଯ୍ୟନ୍ତ ନୂଆଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିତ ନ ହୋଇ ଭାଦ୍ରବ ଶୁକ୍ଳପକ୍ଷର ଯେକୌଣସି ଏକ ତିଥିରେ ପାଳିତ ହେଉଥିଲା ।

Lagna for Nuakhai

ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଖାଇ ପର୍ବ ପାଳନ କରାଯିବା ପାଇଁ ଘୋଷଣା କରି ସାରା ଓଡ଼ିଶା ସରକାରୀ ଛୁଟି କରିବା ପାଇଁ ମଧ୍ୟ ଘୋଷଣା କରିଥିଲେ । ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁମହଲରେ ଚିନ୍ତାକରାଯାଇ ସର୍ବସମ୍ମତ କ୍ରମେ ଗଣେଶ ପୂଜାର ପରଦିନ ଅର୍ଥାତ ଋଷି ପଞ୍ଚମୀ ଦିନଟି ସ୍ଥିର କରାଗଲା । ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇ ଆସୁଛି ।

କଳାହାଣ୍ଡି ଜିଲ୍ଲାର ଅନେକ ଅଞ୍ଚଳରେ ଏହା ଭାଦ୍ରବ ଶୁକ୍ଳ ଦଶମୀ ତିଥିରେ ପାଳନ କରାଯାଇଥାଏ ।

ପୂର୍ବାଞ୍ଚଳରେ ଏହା ଆଶ୍ୱିନ ମାସର ମହାଳୟା ତିଥି ଭିତରେ ସମ୍ପନ୍ନ ହେବାର ବିଧାନ ରହିଛି । କାରଣ ଏହି ନବାନ୍ନ ପିତୃପୁରୁଷଙ୍କ ପିଣ୍ଡଦାନରେ ବ୍ୟବହୃତ ହୋଇଥାଏ । ଓଡ଼ିଶାର ସାଂସ୍କୃତିକ ପରମ୍ପରାରେ ଅପରପକ୍ଷ (ମହାଳୟା) ପରଠାରୁ ଶ୍ରାଦ୍ଧ ଦେବାର ବ୍ୟବସ୍ଥା ଅଛି ।

ଏହି ଦିନଟିର ଅମୃତବେଳା ବା ଶୁଭବେଳା ଜ୍ୟୋତିଷମାନଙ୍କଦ୍ୱାରା ନିର୍ଣ୍ଣୟ କରାଯାଇ ସେହି ମୁହୂର୍ତ୍ତରେ ନୂଆଭାବରେ ଅମଳ କରାଯାଇଥିବା ଷାଠିଆଧାନରୁ ପ୍ରସ୍ତୁତ ଅନ୍ନକୁ ରାନ୍ଧି ଭକ୍ଷଣ କରିଥାନ୍ତି । ନୂଆଧାନରୁ ପ୍ରସ୍ତୁତ ଚୁଡ଼ା, ଭାତ, କ୍ଷୀରି, ମଣ୍ଡାପିଠା ନିଜ ନିଜ ଘରେ ପ୍ରସ୍ତୁତ କରି ନିଜ ନିଜର ଇଷ୍ଟଦେବୀ, ଗ୍ରାମଦେବୀ (ମାଉଳୀ), ଦେବତା, ଆରାଧ୍ୟ ପାଖରେ ପ୍ରଥମେ ଅର୍ପଣ କରି ସମସ୍ତେ ଏକାଠି ବସି ଖାଇଥାନ୍ତି । ଖାଇସାରିବା ପରେ ଭେଟଘାଟ ପର୍ବ ଆରମ୍ଭ ହୁଏ । ପ୍ରଥମେ ଗ୍ରାମଦେବତୀଙ୍କ ପୀଠ ବା ଭାଗବତ ଟୁଙ୍ଗୀରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କୁ ପ୍ରଣାମ ଜଣାଇ ଆଶୀର୍ବାଦ କାମନା କରିଥାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+