ଓଡ଼ିଶାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା
ଭୁବନେଶ୍ୱର : ସାରା ଓଡ଼ିଶାରେ ମୌସୁମୀ ବର୍ଷା ଲାଗି ରହିଥିବା ବେଳେ ପାଣିପାଗ ବିଭାଗ ଦେଇଛି ଏକ ବଡ଼ ସୂଚନା । ଓଡ଼ିଶାର ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି ।

ମାଲକାନଗିରି , କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି । ଏହା ସହିତ କିଛି ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ହେତୁ ଅକସ୍ମାତ ବନ୍ୟା ପରିସ୍ଥିତି ଉପୁଜିପାରେ । ତଳିଆ ଅଞ୍ଚଳରେ ପାଣିଜମିବା ସହ ସହର ଅଞ୍ଚଳରେ ଟ୍ରାଫିକ ଜନିତ ସମସ୍ୟା ଉପୁଜିବାର ସମ୍ଭାବନା ଥିବା ନେଇ ସତର୍କ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆଗାମୀ 24 ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ 19 ରୁ 22 ଯାଏଁ ବିସ୍ତୃତି ବର୍ଷା ତଥା କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଅଛି ।












Click it and Unblock the Notifications