ଫେବ୍ରୁଆରୀ ୨୦୨୪ରେ ୩ ଦିନ ଧରି ହେବ ଭାଷା ସମ୍ମିଳନୀ, ଐତିହ୍ୟ କ୍ୟାବିନେଟରେ ହେଲା ନିଷ୍ପତ୍ତି
ଭୁୁବନେଶ୍ୱର:ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ଲାଗି ପ୍ରଥମ ଥର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରାକାର ।୨୦୨୪ ଫେବୃଆରୀ ମାସରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ପାଇଁ ଐତିହ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି ।

ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ଭୁବନେଶ୍ୱରଠାରେ ପ୍ରଥମ ' ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ'ଆୟୋଜନ କରାଯିବ । ୨୦୨୪ ମସିହା ଫେବୃଆରୀ ମାସରେ ତିନି ଦିନ "ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ " ଆୟୋଜନ କରାଯିବା ନେଇ ହୋଇଛି ନିଷପତ୍ତି । ଏହି ସମ୍ମିଳନୀ ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞ ମାନଙ୍କୁ ସମ୍ମିଳନୀର ବିଷୟଭିଭିକ ଅଧିବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ ।
ସାରା ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ । ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯିବ । ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ/ବିଶ୍ୱବିଦ୍ୟାଳୟମାନେ ନିଜନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ । ଏହି "ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ" ଆୟୋଜନ ଦ୍ୱାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ୱରାନ୍ୱିତ ହେବ ।
ଏହା ବ୍ୟତିତ ମାତୃଭାଷାକୁ ସମ୍ମାନ ଦେବା ଓ ଏହାର ଉନ୍ନତି ସାଧନ କରିବା ତଥା ଆଗାମୀ ପିଢିଙ୍କ ପାଇଁ ଓଡ଼ିଆ ଭାଷାର ଅସ୍ମିତାକୁ ବଜାୟ ରଖିବା କାର୍ଯ୍ୟ ସମ୍ପାଦନରେ ଉକ୍ତ ସମ୍ମିଳନୀର ପ୍ରଭାବ ସୁଦୂର ପ୍ରସାରୀ ହୋଇପାରିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଐତିହ୍ୟ କ୍ୟାବିନେଟରେ ଅର୍ଥମନ୍ତ୍ରୀ, ଓଡିଆ ଭାଷା ସାହିତ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ, ବୟନ ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ, ଅନୁସୂଚିତ ଜାତି ଜନଜାତି ବିକାଶ ମନ୍ତ୍ରୀ, ଉଚ୍ଚଶିକ୍ଷା ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଏବଂ ଇଲୋକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ସଦସ୍ୟ ରହିଥିଲେ । ଏହାପୂର୍ବରୁ ୨୦୨୦ ସେପ୍େଟମ୍ବର ୩ ତାରିଖରେ ବସିଥିଲା ରାଜ୍ୟ ଐତିହ୍ୟ କ୍ୟାବିନେଟ ବୈଠକ ।












Click it and Unblock the Notifications