ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ଆଜି ହେବ ଶେଷକୃତ୍ୟ

ନୂଆଦିଲ୍ଲୀ: ବିଶିଷ୍ଟ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କର ଆଜି ହେବ ଅନ୍ତିମ ସଂସ୍କାର । ଦିଲ୍ଲୀରେ ଅବଦୁଲ କଲାମ ରୋଡରେ ଥିବା ପୈତୃକ ବାସଭବନରେ ବର୍ତ୍ତମାନ ଗୀତା ମେହେଟାଙ୍କ ପାର୍ଥିବ ଶରୀର ରଖାଯାଇଛି ।

gita mehta - naveen patnaik

ସୂଚନା ଅନୁସାରେ ଆମେରିକାରୁ ପୁଅ ଆଦିତ୍ୟ ସିଂହ ମେହେଟ୍ଟା ଫେରିବା ପରେ ସୋମବାର ଦିନ ତାଙ୍କର ଶେଷକୃତ୍ୟ କରାଯିବ । ଗତକାଲି ପ୍ରଖ୍ୟାତ ଲେଖିକା, ସାମ୍ବାଦିକା ଓ ବୃତଚିତ୍ର ନିର୍ମାତା ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କରିଛନ୍ତି ବହୁ ବିଶିଷ୍ଟ ବ୍ୟକ୍ତି । ବଡ ଭାଇ ପ୍ରେମ ପଟ୍ଟନାୟକ, ସାନ ଭାଇ ନବୀନ ପଟ୍ଟନାୟକଙ୍କ ସମେତ ଆତ୍ମୀୟ ସ୍ୱଜନ, ବନ୍ଧୁ ଓ ପରିଜନ ମଧ୍ୟ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଶନିବାର ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ 80 ବର୍ଷ ବୟସ ହୋଇଥିଲା । 2019 ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।

ସାମ୍ବାଦିକତାଠାରୁ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ ଯାଏଁ, ସିଦ୍ଧହସ୍ତ ଥିବା ଗୀତା ମେହେଟ୍ଟାଙ୍କୁ ସାରା ବିଶ୍ୱ ଭିନ୍ନ ଭିନ୍ନ ପରିଚୟରେ ଜାଣେ । ସାହିତ୍ୟ, ସାମ୍ବାଦିକତା, ଡକ୍ୟୁମେଣ୍ଟାରୀ ଓ ପ୍ରକୃତି ସୁରକ୍ଷା କ୍ଷେତ୍ରରେ ଗୀତା ଛାଡ଼ିଯାଇଥିବା ଛାପକୁ ସମସ୍ତେ ମନେ ପକାଉଛନ୍ତି ।

1943 ମସିହାରେ ଦିଲ୍ଲୀରେ ଜନ୍ମିତ ଗୀତା ବ୍ରିଟେନ, ୟୁରୋପ ଓ ଆମେରିକା ନେଟୱାର୍କ ପାଇଁ 14ଟି ଡକ୍ୟୁମେଂଟାରୀ ଫିଲ୍ମ ପ୍ରଯୋଜନା କରିଛନ୍ତି । ଗୀତାଙ୍କ ଲିଖିତ ବହିଗୁଡ଼ିକ ପ୍ରାୟ 21 ଟି ଭାଷାରେ ଟ୍ରାନ୍ସଲେଟ୍ ହୋଇଛି ଓ ୟୁରୋପ, ଆମେରିକା ଓ ଭାରତରେ ସର୍ବାଧିକ ବିକ୍ରି ହେଉଥିବା ପୁସ୍ତକ ଭାବେ ପରିଗଣିତ ହୋଇଥିଲା ।

ଉଲ୍ଲେଖ ଯୋଗ୍ୟ, 1965 ମସିହାରେ ସେ ସନ୍ନି ମେହେଟ୍ଟାଙ୍କୁ ବିବାହ କରିଥିଲେ । 2019 ମସିହାରେ ଗୀତା ଭାରତ ସରକାରଙ୍କ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ। ତାଙ୍କର ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+