Get Updates
Get notified of breaking news, exclusive insights, and must-see stories!

ପଞ୍ଚଭୂତରେ ଲୀନ ହେଲେ ରମାକାନ୍ତ: ମୁଖାଗ୍ନି ଦେଲେ ପୁଅ ପିନାକୀ ରଥ

ପଞ୍ଚଭୂତରେ ଲୀନ ହେଲେ ରମାକାନ୍ତ ରଥ । ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ସହ ରମାକାନ୍ତ ରଥଙ୍କ ଶେଷକୃତ୍ୟ ସମ୍ପନ୍ନ ହେଲା । ଏହି ସମୟରେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ । ମୁଖାଗ୍ନି ଦେଲେ ପୁଅ ପିନାକୀ ରଥ ।

ଗତକାଲି ୯୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ଭୁବନେଶ୍ୱରେ ଖାରବେଳନଗର ନିଜ ବାସଭବନରେ ଆଖି ବୁଜିଥିଲେ ରମାକାନ୍ତ ରଥ । ଭୁବନେଶ୍ବର ବାସଭବନରେ ପହଞ୍ଚି ବହୁ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତି ତାଙ୍କର ଶେଷ ଦର୍ଶନ କରୁଛନ୍ତି । ଆଜି ପୁରୀ ସ୍ବର୍ଗଦ୍ବାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବା ନେଇ ସୂଚନା ରହିଛି ।

Renowned poet Ramakant Rath

ରମାକାନ୍ତ ରଥ ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ବିଶ୍ବବିଦ୍ୟାଳୟରୁ ଇଂରାଜୀରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହୋଇଥିଲେ। ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାର ଯୋଗ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ ।

ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ପରିଚିତ ଥିଲେ ରମାକାନ୍ତ ରଥ। 'ସପ୍ତମ ଋତୁ' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। 'ସଚିତ୍ର ଅନ୍ଧାର' ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ ରମାକାନ୍ତ ରଥ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+