ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ଜ୍ୟେଷ୍ଠ ପୁତ୍ରଙ୍କ ଦେହାନ୍ତ
ବିଶିଷ୍ଟ ସ୍ଥପତି ତଥା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ଼ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଆଜି ଦେହାନ୍ତ ହୋଇଯାଇଛି ।
ଭୁବନେଶ୍ୱର: ବିଶିଷ୍ଟ ସ୍ଥପତି ତଥା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ଼ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଆଜି ଦେହାନ୍ତ ହୋଇଯାଇଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ହେବା ପରେ ତାଙ୍କୁ ଗତକାଲି ସମ୍ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ସମ କୋଭିଡ୍ ହସ୍ପିଟାଲର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ତ୍ୱେ ଆଜି ଦିନ ଗୋଟାଏରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା । ଗତକାଲି କୋଭିଡ ଆକ୍ରାନ୍ତ ଥିବା ତାଙ୍କ ସାନ ଭାଇ ତଥା ପୂର୍ବତନ ରଣଜୀ କ୍ରିକେଟର ପ୍ରଶାନ୍ତ ମହାପାତ୍ରଙ୍କର ଏମ୍ସରେ ମୃତ୍ୟୁ ଘଟିଥିଲା ।
ପୂର୍ବରୁ ମେ ୯ ତାରିଖରେ କରୋନାରେ ପ୍ରାଣ ହରାଇଥିଲେ ବାପା ରଘୁନାଥ ମହାପାତ୍ର । ମାତ୍ର ୧୨ ଦିନ ମଧ୍ୟରେ କରୋନା ସଂକ୍ରମିତ ବାପାଙ୍କ ସହ ଦୁଇ ପୁଅଙ୍କ ମୃତ୍ୟୁ ହୋଇଛି ।












Click it and Unblock the Notifications