ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣ ପୂର୍ବରେ ୧୧୦ କିମି ଦୂରରେ ରହିଛି ବାତ୍ୟା ଗୁଲାବ
ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ 'ଗୁଲାବ' ଏବେ ପଶ୍ଚିମ ଆଡ଼କୁ ଘଣ୍ଟା ପ୍ରତି ୧୯ କିଲୋମିଟର ବେଗରେ ବିଗତ ୬ ଘଣ୍ଟା ହେଲା ଗତି କରୁଛି ।

ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣ ପୂର୍ବରେ ୧୧୦ କିମି ଦୂରରେ ବାତ୍ୟା 'ଗୁଲାବ'ରହିଥିବା ବେଳେ କଳିଙ୍ଗପାଟଣମ ଠାରୁ ପୂର୍ବ-ଉତ୍ତର ପୂର୍ବରେ ୧୩୦ କିମି ଦୂରରେ ରହିଛି । ଏହା କ୍ରମଶଃ ପଶ୍ଚିମ ଦିଗରେ ଗତି କରି ବିଳମ୍ବିତ ରାତିରେ କଳିଙ୍ଗପାଟଣମ ଓ ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ବାତ୍ୟା 'ଗୁଲାବ' ଅତିକ୍ରମ କଲା ବେଳେ ପବନର ବେଗ ଘଣ୍ଟାପ୍ରତି ୭୫ରୁ ୮୫ କିଲୋମିଟର ରହିବ । ଝଟକା ପବନର ଘଣ୍ଟାପ୍ରତି ବେଗ ୯୫ କିଲୋମିଟର ରହିପାରେ । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ସନ୍ଧ୍ୟା ପରେ ଆରମ୍ଭ ହେବ ।
ବାତ୍ୟା ନେଇ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗତ ରାତିରୁ ବର୍ଷା ଆରମ୍ଭ ହୋଇଯାଇଛି । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।
୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି
ସମୁଦ୍ର ଅଶାନ୍ତ ରହୁଥିବାରୁ ୨୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଗୋପାଳପୁର ବନ୍ଦରରେ ୭ ନମ୍ବର ବିପଦ ସଂକେତ ଦିଆଯାଇଛି । ପୁରୀ ବନ୍ଦରରେ ୬ ନମ୍ବର ବିପଦ ସଂକେତ ଦିଆ ଯାଇଥିବା ବେଳେ ପାରାଦୀପ ଓ ଧାମରାରେ ୩ ନମ୍ବର ବିପଦ ସଂକେତ ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ୦.୫ ମିଟରର ଜୁଆର ଆସିବାର ଆଶଙ୍କା ରହିଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications