ଆଇନଜୀବୀଙ୍କୁ ହତ୍ୟା ମାମଲା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଖୁବଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ

ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଜଘନ୍ୟ ହତ୍ୟା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ ଓ ସେମାନଙ୍କ ଵିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୋମବାର ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

cm

ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ । ଏଭଳି ଜଘନ୍ୟ ଓ ଅମାନୁଷିକ ଘଟଣାକୁ କୌଣସି ପରିସ୍ଥିତିରେ ମଧ୍ୟ ବରଦାସ୍ତ କରାଯିବ ନାହିଁ । ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପଣ୍ଡାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+