ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ୨ ଦିନିଆ ରିମାଣ୍ଡରେ ସୁନୀଲ ଓ ଶୂନ୍ୟ
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଦୁଇ ଅଭିଯୁକ୍ତ ସୁନୀଲ ହୋତା ଓ ଶୂନ୍ୟ ଦାସଙ୍କୁ ୨ ଦିନିଆ ରିମାଣ୍ଡରେ ନେଇଛି ପୁଲିସ। ଉଭୟଙ୍କୁ ବୈଦ୍ୟନାଥପୁର ଥାନାରେ ରଖି ପଚରାଉଚରା କରୁଛି ପୁଲିସ। ବ୍ରହ୍ମପୁର ଏସପି ଏବଂ ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତମାନଙ୍କୁ ଜେରା କରିଛନ୍ତି। ହତ୍ୟାକାଣ୍ଡ ପୂର୍ବରୁ ଓ ପରେ ବିହାରର ଶାର୍ପ ସୁଟର ଅଭିଯୁକ୍ତଙ୍କୁ ଆଶ୍ରୟ ଦେଇଥିଲେ ଶୂନ୍ୟ ଦାସ।
ସୂଚନାଯୋଗ୍ୟ, ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାର ୨ ଅଭିଯୁକ୍ତ ତଥା ଶାର୍ପ ସୁଟର କୁରୁପତି ଭୂୟାଁ ଏବଂ ଉମା ବିଶୋୟୀକୁ ପୁଲିସ ଗିରଫ କରିଥିଲା। କୁରୁପତି ଏବଂ ଉମା ହିଁ ଘଟଣା ଦିନ ଅତି ନିକଟରୁ ପୀତବାସଙ୍କୁ ଗୁଳି କରିଥିଲେ। କୁରୁପତି ଏବଂ ଉମା ଘଟଣା ଘଟାଇବା ପରେ କୋରାପୁଟ ଜିଲାର ଜୟପୁର ପଳାଇଥିଲେ।

ସେଠାରେ ଫାର୍ମ ହାଉସ ମାଲିକ ସୁନିଲ ହୋତାଙ୍କ ନିକଟରେ ଆଶ୍ରୟ ନେଇଥିଲେ। ପରେ ସେଠାରୁ ଅନ୍ୟ କୁଆଡ଼େ ଫେରାର ହୋଇଯାଇଥିଲେ। ପୀତବାସ ହତ୍ୟା ମାମଲାରେ ବ୍ରହ୍ମପୁର ପୁଲିସ ବିଜେଡିର ଗଞ୍ଜାମ ଜିଲ୍ଲା ସଭାପତି ତଥା ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ସୁନୀଲ ହୋତା ସମେତ ମୋଟ ୧୫ରୁ ଅଧିକ ଅଭିଯୁକ୍ତଙ୍କୁ ଗିରଫ କରିଛି।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications