ଆଜି ୫ ଜିଲ୍ଲାରେ ଗଡ଼ିଲା ୨୫୫ ବସ୍, ୩୦ଟି ଜିଲ୍ଲାର ୯୫ % ପଞ୍ଚାୟତକୁ ବ୍ଲକ ସହିତ ଯୋଡିଲା ଲକ୍ଷ୍ମୀ ବସ୍
ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ୟ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ ।
ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ । ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ । ଆଜି ୫ଟି ଜିଲ୍ଲା ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍ ଚାଲିଛି । ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇଛନ୍ତି । ବାଲେଶ୍ୱର ଜିଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍ ଗଡ଼ିଥିବା ବେଳେ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହୋଇଛନ୍ତି । ନୂଆପଡ଼ାର ୧୨୩ଟି ପଞ୍ଚାୟତରେ ୨୫ଟି ବସ ଚାଲିଛି ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହୋଇଛନ୍ତି ।

ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍ ଚାଲିଛି ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହୋଇଛନ୍ତି । ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍ ଚାଲିଛି ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହୋଇଛନ୍ତି । ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହୋଇଛନ୍ତି ।












Click it and Unblock the Notifications