Get Updates
Get notified of breaking news, exclusive insights, and must-see stories!

ବସ୍‌ରେ ବସି ମାଲକାନଗିରିରୁ ଏମ୍.ଭି- ୦୩ ଗଲେ ମୁଖ୍ୟମନ୍ତ୍ରୀ, କହିଲେ ମାଲକାନଗିରି ଓଡିଶା ବିକାଶର ଲଞ୍ଚ ପ୍ୟାଡ୍

ଭୁବନେଶ୍ୱର: ମାଲକାନଗିରି ମୋର ଅତି ପ୍ରିୟ । ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି । ଏହି ଅବସରରେ ଯୋଜନାର ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି ମାଲକାନଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ BQSର ଶୁଭାରମ୍ଭ କରିଥିଲେ ।

ପ୍ରାରମ୍ଭରେ ଉଚ୍ଛସିତ ଜନତାଙ୍କ ତାଳି, ସ୍ୱାଗତମ୍ ଧ୍ୱନି ଓ ମହିଳାମାନଙ୍କ ହୁଳହୁଳି ଧ୍ୱନି ମଧ୍ୟରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ "ମାଲକାନଗିରିରୁ ହିଁ ଏକ ଟଙ୍କିଆ ଚାଉଳ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପରି ପ୍ରମୁଖ ଯୋଜନା ଆରମ୍ଭ କରିଥିଲି । ଆଜି ପୁଣି ଥରେ ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା 'ଲକ୍ଷ୍ମୀ ଯୋଜନା' ଆରମ୍ଭ କରି ମୁଁ ବହୁତ ଖୁସି" ।

ଓଡିଶାର ବିକାଶରେ ମାଲକାନଗିରିର ଭୂମିକା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମା' ମାନଙ୍କ ପାଇଁ BSKYରେ ୧୦ ଲକ୍ଷ ଟଙ୍କାର ବ୍ୟବସ୍ଥାର ପ୍ରସ୍ତାବ ମାଲକାନଗିରି ରୁ ହିଁ ଆସିଥିଲା ।

naveen_patnaik

ସେ ପୁଣି କହିଥିଲେ ଯେ ଆମର ଏହି ଲକ୍ଷ୍ମୀ ଯୋଜନାର ସଂପର୍କ ମଧ୍ୟ ମାଲକାନଗିରି ସହ ରହିଛି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମାଲକାନଗିରି ଗସ୍ତରୁ ସେ ଲୋକଙ୍କ ଅସୁବିଧା ବିଷୟରେ ଜାଣିପାରିଥିଲେ। ତା ପରେ ଏହି ଲକ୍ଷ୍ମୀ ଯୋଜନାର ପରିପକଳ୍ପନା କରାଗଲା ବୋଲି ସେ କହିଥିଲେ।

ଏହି ଯୋଜନା ଆମର ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ। ଆମର ଅର୍ଥନୀତିକୁ ଆହୁରି ମଜବୁତ କରିବ ଏବଂ ଗାଁ ଗାଁରେ ସମୃଦ୍ଧି ଆଣିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ସାରା ରାଜ୍ୟରେ ଏକ ହଜାରରୁ ଅଧିକ ବସ୍‌ ଚାଲିବ। ମାଲକାନଗିରିରେ ଆଜି ୩୬ଟି ବସ୍‌ ଚାଲିଲା । ମାଲକାନଗିରିର ୧୧୧ଟି ପଞ୍ଚାୟତକୁ ବସ୍‌ ସୁବିଧା ମିଳିଲା । ଏସବୁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ ହେଲା ବୋଲି ସେ କହିଥିଲେ।

ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ସହ ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ ରେ ଲକ୍ଷ୍ମୀ ଯୋଜନାରେ ବସ ଚାଲିବ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଯୋଗାଯୋଗ ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡିବ। ଘର ପାଖକୁ ଆସିବ ବସ୍‌। ପିଲାଙ୍କୁ ସ୍କୁଲ କଲେଜ ସହିତ ଯୋଡିବ। ଚାଷୀକୁ ମାର୍କେଟ ସହିତ ଯୋଡିବ। ରୋଗୀକୁ ହସ୍‌ପିଟାଲ ନେବ। ମା' ମାନେ ସେମାନଙ୍କ କାମ ପାଇଁ ବିଭିନ୍ନ ସ୍ଥାନକୁ ସୁବିଧାରେ ଯାଇପାରିବେ। ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଖୁବ ଶୀଘ୍ର ମାଲକାନଗିରି ଏଥିରେ ସାମିଲ ହେବ। ଏଥିରେ ଗାଁରେ ମିଳିବ ସହରର ସୁବିଧା । ବ୍ୟାଙ୍କିଂ, ଇଣ୍ଟର୍‌ନେଟ, ଡିଜିଟାଲ ଭିତ୍ତିଭୂମି ସବୁର ବିକାଶ ହେବା ସହିତ ଆମ ସଂସ୍କୃତିର ମଧ୍ୟ ପ୍ରସାର ହେବ ବୋଲି ସେ କହିଥିଲେ ।

ଗୁରୁପ୍ରିୟା ସେତୁର ଗୁରୁତ୍ୱ ସମ୍ପର୍କରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ମାଲକାନଗିରି ବିକାଶର ଏକ ବଡ ମାଇଲଷ୍ଟୋନ । ଏହି ସେତୁ ଜରିଆରେ ସ୍ବାଭିମାନ ଅଞ୍ଚଳରେ ଆସିଛି ବିକାଶର ଆଲୋକ ।

ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଦୁଇ ଶହ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ କରିବା ସହିତ ୬୦୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖିଥିଲେ । ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍‌ ସମୟରେ ଶେଷ ହେବ ଏବଂ ମାଲକାନଗିରିର ବିକାଶ ଆହୁରି ଉଜ୍ଜଳ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀ ସ୍ୱାଗତ ଭାଷଣ ଦେଇ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେତେ ସବୁ ନୂତନ ଯୋଜନା ଆରମ୍ଭ କରିଥାନ୍ତି, ତାହା ମାଲକାନଗିରି ଜିଲ୍ଲାରୁ । ତେଣୁ ମାଲକାନଗିରି ଜିଲ୍ଲାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ । ଲକ୍ଷ୍ମୀ ବସ୍ ଯୋଗୁ ମାଲକାନଗିରିର ଆଭ୍ୟନ୍ତରୀଣ ଅଞ୍ଚଳକୁ ବସ୍ ଚଳାଚଳ ହେବା ଫଳରେ ଗାଁ ଗହଳିର ଲୋକମାନେ ବହୁଳ ଭାବେ ଉପକୃତ ହେବେ । ଅନ୍ୟତମ ଅତଥି ଭାବେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବାକା କହିଥିଲେ ଯେ ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଆଜି ଦିନଟି ଏକ ଐତିହାସିକ ଦିନ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସ୍ୱାଭିମାନ ଅଞ୍ଚଳରେ ଗୁରୁପ୍ରିୟା ସେତୁ ନିର୍ମାଣ ଫଳରେ ଆମ ଅଞ୍ଚଳର ବହୁତ ବିକାଶ ହୋଇଛି ।

ଅନ୍ୟତମ ଅତଥି ଭାବେ ଯୋଗ ଦେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ସବୁ ଯୋଜନା ଭାବନ୍ତି ତାକୁ ତୃଣମୂଳ ସ୍ତରରେ ଆରମ୍ଭ କରନ୍ତି । ଆଜି ୬ଟି ଜିଲ୍ଲାରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ ହେଉଛି। ଲକ୍ଷ୍ମୀ ଯୋଜନା ମାଧ୍ୟମରେ ପଞ୍ଚାୟତରୁ ବ୍ଲକକୁ, ବ୍ଲକରୁ ଜିଲ୍ଲା ସଦରମହକୁମାକୁ ଗାଡି ଚଳାଚଳ କରିବ। ଗ୍ରାମାଞ୍ଚଳର କୃଷକ, ଛାତ୍ରଛାତ୍ରୀ, ମା' ଭଉଣୀ ସମସ୍ତେ ଏହା ମାଧ୍ୟମରେ ଉପକୃତ ହେବେ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ପ୍ରତି ବ୍ଲକରେ ବସ୍‌ ଷ୍ଟାଣ୍ଡ ନିର୍ମାଣ ହେଉଛି। ଏହା ବସ୍ ଚଳାଚଳ ବ୍ୟବସ୍ଥାରେ ଉନ୍ନତି ଆଣିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+