ଲକ୍ଷପତି ଦିଦିରେ ଓଡ଼ିଶା ଦ୍ଵିତୀୟ-ମୁଖ୍ୟମନ୍ତ୍ରୀ
ଗଞ୍ଜାମ ଜିଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ସେଥିମଧ୍ୟରୁ ୪୯୩ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ୧୪୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଛି। ଏଥିରେ ଅନେକ ଜଳଯୋଗାଣ ପ୍ରକଳ୍ପ, ସଡ଼କ ଉନ୍ନତିକରଣ, ସେତୁ ନିର୍ମାଣ, ଚେକ୍ ଡ୍ୟାମ୍ ପ୍ରକଳ୍ପ, ସ୍ୱାସ୍ଥ୍ୟସେବା କେନ୍ଦ୍ର ସ୍ଥାପନ, ଇନ୍ଷ୍ଟ୍ରିମ୍ ଷ୍ଟୋରେଜ୍ ପ୍ରକଳ୍ପ ଆଦି ପ୍ରକଳ୍ପ ରହିଛି ।

ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ଆୟୋଜିତ ୫୧ତମ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ଆଜି ଦିନଟି ମୋ ପାଇଁ ସବୁଠାରୁ ସନ୍ତୋଷର ଦିନ ଓ ସବୁଠାରୁ ଗୌରବର ଦିନ। ସୁଭଦ୍ରା ଯୋଜନା ଏକ ବ୍ୟାପକ ଅଭିଯାନର ରୂପ ନେବାକୁ ଯାଉଛି। କିଶୋରୀ ମାନଙ୍କଠାରୁ ଆରମ୍ଭ କରି ଭିନ୍ନ ଭିନ୍ନ ବୟସର ମହିଳାମାନେ ସଶକ୍ତ ଏବଂ ସମୃଦ୍ଧ ହୋଇପାରିବାର ବ୍ୟବସ୍ଥା କରାଯାଉଛି। ଏହା ରାଜ୍ୟର ପ୍ରତ୍ୟେକ ସୁଭଦ୍ରାଙ୍କ ମନରେ ଏକ ନୂତନ ଆଶା ଓ ବିଶ୍ୱାସର ସଂଚାର କରିବ।
ମହିଳାଙ୍କ ବିରୁଦ୍ଧରେ ହିଂସା ଏବଂ ଅସଦାଚରଣ କରୁଥିବା ବ୍ୟକ୍ତିଙ୍କ ପାଇଁ କଡା ବାର୍ତ୍ତା ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମହିଳାଙ୍କ ବିରୁଦ୍ଧରେ ହିଂସାରେ ଲିପ୍ତ ବ୍ୟକ୍ତି ସରକାର, ବିଶେଷଭାବେ ବ୍ୟକ୍ତିଗତ ଭାବେ ମୋ ପାଇଁ କେବଳ ଜଣେ ଜଣେ ଅପରାଧୀ ଏବଂ ଏହିପରି ଅପରାଧୀଙ୍କ ସ୍ଥାନ ଜେଲର ଚାରିକାନ୍ଥ ମଧ୍ୟରେ, ସଭ୍ୟ ସମାଜରେ ତାଙ୍କର କୌଣସି ସ୍ଥାନ ନାହିଁ। ଏହାକୁ କଡାକଡି ଭାବେ ପାଳନ କରିବା ପାଇଁ ମୁଁ ବିଭାଗୀୟ ଅଧିକାରୀଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେଇସାରିଛି।












Click it and Unblock the Notifications