ତୁରନ୍ତ ନକଲି ଶିକ୍ଷକଙ୍କ ତଥ୍ୟ ଦିଅ, 11 ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି
ଭୁବନେଶ୍ୱର: ତୁରନ୍ତ ନକଲି ଶିକ୍ଷକଙ୍କ ତଥ୍ୟ ଦିଅ । ଏ ନେଇ 11 ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି । ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ବାଲେଶ୍ୱର, ଭଦ୍ରକ, ବଲାଙ୍ଗିର, ଦେବଗଡ଼, ଗଜପତି, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା,ମାଲକାନଗିରି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ଶିକ୍ଷା ଅଧିକାରୀଙ୍କୁ ଚିଠି କରାଯାଇଛି । ଆଜି ସୁଦ୍ଧା ନକଲି ଶିକ୍ଷକଙ୍କ ତାଲିକା ଶିକ୍ଷା ନିର୍ଦ୍ଦେଶାଳୟକୁ ପଠେଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

ନକଲି ସାର୍ଟିଫିକେଟ ଦେଇ କେତେଜଣ ଶିକ୍ଷକତା କରୁଛନ୍ତି ସେନେଇ ରାଜ୍ୟ ସରକାର ଏକ ସତ୍ୟପାଠ ପ୍ରସ୍ତୁତ କରୁଛନ୍ତି । ଯାହାକୁ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାରେ ସରକାର ଦାଖଲ କରିବେ । କିନ୍ତୁ ଏସବୁ ଜିଲ୍ଲାରୁ ତଥ୍ୟ ଆସି ନଥିବାରୁ ସତ୍ୟପାଠ ପ୍ରସ୍ତୁତ ହୋଇପାରୁ ନଥିବା ଚିଠିରେ ଉଲ୍ଲେଖ କରାଯାଇଛି । ଏଥିଲାଗି ଆଜି ସୁଦ୍ଧା ନକଲି ଶିକ୍ଷକଙ୍କ ତାଲିକା ଶିକ୍ଷା ନିର୍ଦ୍ଦେଶାଳୟକୁ ପଠେଇବାକୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଏଲିମେଣ୍ଟାରୀ ଶିକ୍ଷା ନିର୍ଦ୍ଦେଶକ ।












Click it and Unblock the Notifications