ନବୀନଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

ଜନସେବାରେ ନିୟୋଜିତ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିଲା ‘ଜୀବନବ୍ୟାପୀ ସାଧନା ସମ୍ମାନ’ ବା ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ । ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ନବୀନଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି ।

ନୂଆଦିଲ୍ଲୀ: ଜନସେବାରେ ନିୟୋଜିତ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିଲା 'ଜୀବନବ୍ୟାପୀ ସାଧନା ସମ୍ମାନ' ବା ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ । ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡେସନ ସୋସାଇଟି ପକ୍ଷରୁ ନବୀନଙ୍କୁ ଏହି ସମ୍ମାନରେ ସମ୍ମାନିତ କରାଯାଇଛି ।
ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ.ଭି ରମଣା ମୁଖ୍ୟମନ୍ତ୍ରୀଙ୍କୁ ଏହି ସମ୍ମାନ ଜନକ ପୁରସ୍କାର ପ୍ରଦାନ କରିଛନ୍ତି ।

CM Naveen Patnaik

ଏହି ମୁହୂର୍ତକୁ ସ୍ମରଣୀୟ କରିବା ପାଇଁ ବିଜେଡି ପକ୍ଷରୁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ସବୁ ଜିଲ୍ଲା ଯୁବ ଓ ଛାତ୍ର ସଭାପତିମାନଙ୍କୁ ଦିଲ୍ଲୀ ନିଆଯାଇଛି । ସେଠାରେ ଦଳର କେତେଜଣ ବରିଷ୍ଠ ନେତା ମଧ୍ୟ ରହିଛନ୍ତି । ପାରମ୍ପରିକ ନାଚ, ଗୀତ ଆଦିର ବ୍ୟବସ୍ଥା କରାଯାଇଛି । ପ୍ରବାସୀ ଓଡ଼ିଆ ଓ ବିଜେଡି ନେତାମାନେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦେବେ । ଏହା ସହ ଏପିଜେ ଅବଦୁଲ କଲାମ ରୋଡ୍ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ମଧ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ଯୋଜନା କରାଯାଇଛି । ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବେ । ଓଡ଼ିଶାରେ ମଧ୍ୟ ସମ୍ବର୍ଦ୍ଧନା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

୧୯୯୭ରେ ରାଜନୀତିରେ ପାଦ ଦେଇଥିବା ନବୀନ ୨୦୦୦ ମସିହାରୁ ଲଗାତର ୫ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବାର ରେକର୍ଡ କରିବା ସହ ସୃଷ୍ଟି କରିଛନ୍ତି ବିକାଶର ନୂଆ ଅଧ୍ୟାୟ । ଅଭାବ ଅନଟନ, ଦାରିଦ୍ର୍ୟ, ଅନାହାର, ଅନଗ୍ରସର ରାଜ୍ୟ ଭାବେ କେବେ ପରିଚିତ ଥିବା ଓଡ଼ିଶାକୁ
ପ୍ରଥମ ଖାଦ୍ୟ ସୁରକ୍ଷା ରାଜ୍ୟ ଭାବେ ଗଢି ତୋଳିଛନ୍ତି ନବୀନ । ବିପର୍ଯ୍ୟୟ ମୁକାବିଲାରେ ତାଙ୍କ ମଡେଲ୍କୁ ସାରା ବିଶ୍ବ ପ୍ରଶଂସା କରୁଛି । ପିଡିଏସ୍ ବ୍ୟବସ୍ଥାରେ ଓଡ଼ିଶାକୁ ତୃତୀୟ ବୃହତ୍ତମ ଯୋଗଦାନକାରୀ ଭାବେ ପ୍ରସ୍ତୁତ କରିବା, ରାଜ୍ୟବାସୀଙ୍କ ପାଇଁ ଗୃହ ସୁରକ୍ଷା ନିଶ୍ଚିତ କରିବା, ମିସନ୍ ଶକ୍ତି ମାଧ୍ୟମରେ ୭୦ଲକ୍ଷ ମହିଳାଙ୍କୁ ସଶକ୍ତ କରିବା, କାଳିଆ ଯୋଜନା ମାଧ୍ୟମରେ କୃଷକମାନଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କ ଆୟକୁ ଦ୍ବିଗୁଣିତ କରିବା, ଓଡ଼ିଶାକୁ ୫-ଟି ଏବଂ ମୋ ସରକାର ମାଧ୍ୟମରେ ରୂପାନ୍ତରଣ କରିବା, ଓଡ଼ିଶାକୁ ବିଶ୍ବ କ୍ରୀଡ଼ା ହବରେ ପରିଣତ କରିବା, ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ପ୍ରତିଷ୍ଠିତ କରିବା, ଦକ୍ଷତା ବିକାଶ ମାଧ୍ୟମରେ ଲକ୍ଷ ଲକ୍ଷ ଓଡ଼ିଆ ଯୁବକଙ୍କୁ ସଶକ୍ତ କରିବା, ଆଦିବାସୀଙ୍କ ବିକାଶ କରିବା, ଦେଶର ଏକ ନମ୍ବର ରାଜ୍ୟ ଭାବେ ଜଙ୍ଗଲ ଅଧିକାର ଆଇନ୍ ଅଧୀନରେ ଆଦିବାସୀଙ୍କୁ ଜମି ଅଧିକାର ପ୍ରଦାନ କରିବା, ୫ଲକ୍ଷରୁ ଅଧିକ ଆଦିବାସୀ ବାଳିକାଙ୍କୁ ସଶକ୍ତ କରିବା ପାଇଁ ଆଦିବାସୀ ହଷ୍ଟେଲର ବ୍ୟବସ୍ଥା କରିବା, ବିଜୁ ପକ୍କା ଘର ଯୋଜନାରେ ସମସ୍ତ ଗରିବଙ୍କୁ ପକ୍କା ଘର ଯୋଗାଇବା, ଦେଶରେ ପ୍ରଥମ ଥର ପାଇଁ ସହରାଞ୍ଚଳର ବାସହରାଙ୍କୁ ଜାଗା ମିସନ୍ ଜରିଆରେ ଜମି ଅଧିକାର ପ୍ରଦାନ କରିବା ଭଳି ଯୁଗାନ୍ତକାରୀ ପଦକ୍ଷେପ ନବୀନ ନେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+