ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ,୫ ଜଣଙ୍କ ମୃତ୍ୟୁ

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ଯୋଗୁଁ ଏକ ଦୁଃଖଦ ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଢେଙ୍କାନାଳ, ପୁରୀ, କେନ୍ଦୁଝର ଏବଂ କଟକ ଜିଲାରେ ଏହି ଅଘଟଣଗୁଡ଼ିକ ଘଟିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମହୁଲପଡ଼ା ନିକଟସ୍ଥ ବଳଦିଆ ବନ୍ଧ ପଲେଇସାହି ପଥର ଖଣିରେ କାମ କରୁଥିବା ୪ ଜଣ ଶ୍ରମିକ ବର୍ଷା ସମୟରେ ଗଛ ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରାଘାତ ହେବାରୁ ୨ ଜଣ ଶ୍ରମିକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି।

lightning

ପୁରୀ ଜିଲାର ଡେଲାଙ୍ଗ ଥାନା ଅନ୍ତର୍ଗତ କଅଁଳପଡ଼ା ଗାଁରେ ଜଣେ ଯୁବକ ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ବର୍ଷା ସମୟରେ ସେ ଖେତରେ ତଳି ରୋଉଥିବା ବେଳେ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି। କେନ୍ଦୁଝର ଜିଲାର ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହଳଦିଆପଦା ଗାଁରେ ବଜ୍ରାଘାତ ଯୋଗୁଁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଚିକିତ୍ସାଳୟରେ ଭର୍ତି କରାଯାଇଛି। କଟକ ଜିଲାର ଚୌଦ୍ବାର ଥାନା ଅନ୍ତର୍ଗତ ବ୍ରହ୍ମପୁର ପଞ୍ଚାୟତର କାଞ୍ଜିଆ ଗାଁରେ ଜଣେ ମହିଳା ବଜ୍ରାଘାତରେ ମୃତ୍ୟୁବରଣ କରିଛନ୍ତି। ସୂଚନା ଅନୁଯାୟୀ, ସେ ବିଲରେ କାମ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+