ଭୁବନେଶ୍ବର ଭଳି କଟକରେ ବି ବାଣଫୁଟା ପାଇଁ ୨ ଘଣ୍ଟା ଅନୁମତି: ସଂଧ୍ୟା ୭ରୁ ରାତି ୯ଟା

ଭୁବନେଶ୍ବର ଭଳି କଟକରେ ବି ବାଣଫୁଟା ପାଇଁ ୨ ଘଣ୍ଟା ଅନୁମତି । ସଂଧ୍ୟା ୭ରୁ ରାତି ୯ଟା ଯାଏଁ ୨ ଘଣ୍ଟା ବାଣଫୁଟା ଅନୁମତି । ଏନେଇ ସୂଚନା ଦେଲେ କଟକ ଡିସିପି ରିଷିକେଶ ଖିଲାରି । ପୋଲିସର ନଜର ରହିବ, ଖିଲାପ କଲେ କାର୍ଯ୍ୟାନୁଷ୍ଠାନ । କାଳୀପୂଜା ଥିବାରୁ ବିଭିନ୍ନ ପୂଜା ମଣ୍ଡପ ଓ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୁତୟନ ।

ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି। ଏହାପୂର୍ବରୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ବାଣ ଫୁଟାଇବାର ସମୟକୁ ନେଇ ଗାଇଡଲାଇନ୍ ଆସିଛି।

Like Bhubaneswar 2-hour permission for CRACKERS

। ୟମ ବିରୋଧରେ ଗଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ । କାଳୀ ପୂଜା ଥିବାରୁ ବିଭିନ୍ନ ପୂଜା ମଣ୍ଡପ ଓ ସମ୍ବେଦନଶୀଳ ସ୍ଥାନରେ ପୋଲିସ ମୁତୟନ ହେବେ । ସୂଚନାଯୋଗ୍ୟ, ଗତକାଲି ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ ନେଇ ଭୁବନେଶ୍ୱର ଡିସିପି ଜଗମୋହନ ମୀନା କଡା ନିର୍ଦ୍ଦେଶ ଦେଇଥିଲେ । ଏହାସହ ସେ କହିଥିଲେ ଯେ ଉଚ୍ଚ ଶବ୍ଦ ସଂପନ୍ନ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ ହେବ । ସବୁଜ ବାଣ ଫୁଟାଇବା ପାଇଁ ପୋଲିସ ଅନୁରୋଧ କରିଛି । ମଦ ପିଇ ଗାଡି ଚଳାଇଲେ ଅଟକ ରହିବେ ଚାଳକ । ଗାଡିକୁ ଜବତ କରି ନେଇଯିବ ପିସିଆର ଭ୍ୟାନ । ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ ଆଲର୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବେଆଇନ ବାଣ ବିକିଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ।

ସେ କହିଛନ୍ତି ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସବୁଜ ବାଣ ଫୁଟାଇବାକୁ ପୁଲିସ୍‌ ଜନସାଧାରଣଙ୍କୁ ଅନୁରୋଧ କରିଛି। ଏବଂ ମଦ ପିଇ ଯଦି କେହି ଗାଡି ଚଳାଉଛି ତେବେ ଉକ୍ତ ଚାଳକକୁ ଅଟକ ରଖାଯିବା ସ୬ହ ଗାଡିକୁ ଜବତ କରି ପିସିଆର୍‌ ଭ୍ୟାନ୍ ନେଇଯିବ। ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ୍ ଆଲର୍ଟ ପାଇଁ ନିର୍ଦେଶ ରହିଛି। ବେଆଇନ୍ ଭାବେ ବାଣ ବିକ୍ରି କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି କହିଛନ୍ତି। ବାଣର ଶବ୍ଦ ୧୨୫ ଡେସିବଲରୁ ଅଧିକ ହୋଇପାରିବ ନାହିଁ। ବଗିଚା, ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବାରଣ କରାଯାଇଛି ।

ଖୋଲା ଜାଗାରେ ବାଣ ଫୁଟାଇପାରିବେ। କିନ୍ତୁ ତାହା କେବଳ ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବର୍ଷରୁ କମ୍ ବୟସର ଶିଶୁମାନେ ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇପାରିବେ ନାହିଁ। ବାଣ ଫୁଟାଇବା ସମୟରେ ସୁରକ୍ଷା ପ୍ରତି ଧ୍ୟାନ ଦେଇ ସୂତା ପୋଷାକ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଏଥିରେ ଖିଲାପ କରିବେ, ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+