ରାତି ପାହିଲେ ଜାଗର, ସଜେଇ ହୋଇଛି ଲିଙ୍ଗରାଜ ମନ୍ଦିର
ଲିଙ୍ଗରାଜ ମନ୍ଦିରକୁ ରଂଗୀନ ଆଲୋକରେ ସୁସଜ୍ଜିତ କରାଯାଇଛି । ମନ୍ଦିର ଭିତରେ ଓ ବାହାରେ ଏଥର ଅଧିକ ଲାଇଟ୍ ବ୍ୟବସ୍ଥା କରାଯାଇଛି । ମନ୍ଦିର ନିକଟ ଦେବୀ ପାଦହରା ପୁଷ୍କରିଣୀରେ ଅଧିକ ଲାଇଟ୍ ଲଗାଯାଇଛି ।

ଭୁବନେଶ୍ୱର: ରାତି ପାହିଲେ ଜାଗର । ସଜେଇ ହୋଇଛି ଲିଙ୍ଗରାଜ ମନ୍ଦିର । ଲିଙ୍ଗରାଜ ମନ୍ଦିରକୁ ରଂଗୀନ ଆଲୋକରେ ସୁସଜ୍ଜିତ କରାଯାଇଛି । ମନ୍ଦିର ଭିତରେ ଓ ବାହାରେ ଏଥର ଅଧିକ ଲାଇଟ୍ ବ୍ୟବସ୍ଥା କରାଯାଇଛି । ମନ୍ଦିର ନିକଟ ଦେବୀ ପାଦହରା ପୁଷ୍କରିଣୀରେ ଅଧିକ ଲାଇଟ୍ ଲଗାଯାଇଛି ।
ସେହିପରି ପୁଷ୍କରିଣୀ ଚାରିପଟକୁ ଆଲୋକ ମାଳାରେ ସଜେଇ ଦିଆଯାଇଛି । ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ବବର୍ତ୍ତୀ ଅନ୍ୟ ସବୁ ଛୋଟ ମନ୍ଦିରରେ ସୁନ୍ଦର ଲିଚୁମାଳା ଲଗାଯାଇଛି । ଏଥିସହ ମନ୍ଦିର ନିକଟ ଗଛଗୁଡ଼ିକରେ ମଧ୍ୟ ରଙ୍ଗିନ୍ ଲାଇଟ୍ ଲଗାଯାଇଛି। ଶ୍ରୀଲିଙ୍ଗରାଜଙ୍କ ମେଘନାଦ ପାଚେରି ଉପରେ ଆଲୋକମାଳା ଝଲସୁଛି ।
ସେପଟେ ପୋଲିସର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ଯାୟରେ ପହଞ୍ଚିଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
ଗୋଟିଏ କଣ୍ଟ୍ରୋଲ ରୁମ କରାଯାଇଛି । ପକେଟ ମାର୍, ଛିନତାଇ ଉପରେ ସିସିଟିଭି ନଜର ରଖିବ। ୪ ଟି ସିଫ୍ଟରେ ଡ୍ୟୁଟି କରିବେ ପୋଲିସ। ୫ ଜଣ ଆଡସିନାଲ ୧୧ ଏସପି, ୧୯ ଆଇଆଇସି ୮୦ ଜଣ ଏଏସଆଇ, ୧୧୦ ହୋମଗାର୍ଡ ଏବଂ ୩୨ ପ୍ଳାଟୁନ ପୁଲିସ ଫୋର୍ସ ନିୟୋଜିତ ହେବେ। ୧୩ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ମନ୍ଦିର ସମ୍ମୁଖ ରାସ୍ତାରେ ୱାନ ୱେ କରାଯାଇଛି । ୧୦୦ ମିଟର ପରିଧି ମଧ୍ୟରେ ଗାଡି ଚଳାଚଳ ନିଷିଦ୍ଧ କରାଯାଇଛି।
ସେହିପରି ବାବା ଶ୍ରୀଲିଙ୍ଗରାଜଙ୍କ ନୀତି ଚୂଡାନ୍ତ ମଧ୍ୟ ହୋଇ ସାରିଛି । ରାତି ୧୦ ଟାରେ ଉଠିବ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କର ମହାଦୀପ । ଚଳିତ ଥର ଭୋର୍ ୩ଟାରୁ ମନ୍ଦିର ଦ୍ୱାର ଖୋଲା ଯାଇ ଶ୍ରୀ ଲିଙ୍ଗରାଜଙ୍କର ନୀତିକାନ୍ତି ଆରମ୍ଭ କରାଯିବ । ପରେ ଭୋର୍ ୪ଟା ୫ ମଧ୍ୟରେ ସେବାୟତଙ୍କ ପରିବାର ଉତ୍ତର ଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରି ଦର୍ଶନ କରିବେ । ପରେ ଶ୍ରଦ୍ଧାଳୁମାନେ ମଧ୍ୟ ଏହି ଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ।
ତେବେ ମହାଶିବରାତ୍ରୀ ଅବସରରେ ଲିଙ୍ଗରାଜ ଭଜନ ମଣ୍ଡପରେ ଭୋର୍ ୪ ଘଟିକାରୁ ଶଙ୍ଖଧ୍ବନି, ବେଦପାଠ, ଶିବ ସହସ୍ର ନାମ, ଭାଗବତ ଗୀତାପାଠ, ଶିବ ଚେତନା, ହରିହର ଭଜନ, ରାମ ଚରିତ ମାନସ ପାରାୟଣ ଓ ପ୍ରବଚନ ଆଦି କାର୍ଯ୍ୟକ୍ରମ ଦିନ ତମାମ୍ ଚାଲିବ । ସନ୍ଧ୍ୟା ୭ ଘଟିକାରୁ ଭୋର୍ ୫ଟା ପର୍ଯ୍ୟନ୍ତ ଭଜନ ସମାରୋହ ଚାଲିବ । ଏହି ଉତ୍ସବରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ ଓ ବିଧାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହିବେ ବୋଲି ସୂଚନା ଦିଆଯାଇଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications