ତୁଟିଲାନି ବିବାଦ, ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି
ଭୁବନେଶ୍ୱର: ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ଲାଗି ହେଲା ଭୋଗ । ନୀତି ଆରମ୍ଭ କଲେ ପୁଜା ପଣ୍ଡା ଓ ବ୍ରାହ୍ମଣ ନିଯୋଗ । ତିନି ଦିନ ଉପବାସରେ ରହିବା ପରେ ଆଜି ଲିଙ୍ଗରାଜଙ୍କ ନିକଟରେ ଲାଗି ହୋଇଛି ଭୋଗ ।

ତଥାପି ତୁଟିନି ବିବାଦ । ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବିବାଦ ମାମଲାରେ ଟ୍ରଷ୍ଟବୋର୍ଡରୁ ଇସ୍ତଫା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ଏବଂ ପୂଜାପଣ୍ଡା ନିଯୋଗ । ଏହା ପରେ ଆରମ୍ଭ ହେଲା ନୀତିକାନ୍ତି । ନୀତି ଆରମ୍ଭ କଲେ ପୁଜା ପଣ୍ଡା ଓ ବ୍ରାହ୍ମଣ ନିଯୋଗ । ଜମି ବିବାଦ ନେଇ ଆଇନର ଆଶ୍ରୟ ନେବେ ପୁଜା ପଣ୍ଡା ଓ ବ୍ରାହ୍ମଣ ନିଯୋଗ ।
ଜମି ବିବାଦର ସମାଧାନର ପାଇଁ ଆଇନର ଆଶ୍ରୟ ନେବେ ବୋଲି କହିଛନ୍ତି ପୂଜାପଣ୍ଡା ନିଯୋଗ ସମ୍ପାଦକ ସଚ୍ଚିକାନ୍ତ ପୂଜାପଣ୍ଡା । ଗତ ତିନିଦିନ ଧରି ବିବାଦ ଲାଗିରହିଥିବାବେଳେ ଉପବାସରେ ଥିଲେ ଶ୍ରୀଲଙ୍ଗରାଜ । ଭକ୍ତ ଆଡ଼କାଠ ନିକଟରେ ଭୋଗ ଲଗାଇ ଫେରୁଥିଲେ । ବିବାଦ ସମାଧାନ ପାଇଁ ଗତକାଲି ବୈଠକ ବସିଥିଲେ ମଧ୍ୟ କୌଣସି ନିଷ୍କର୍ସ ବାହାରିନଥିଲା ।
ତିନି ନିଯୋଗଙ୍କ ସହ ଆଲୋଚନା କରି ବିବାଦର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । କିନ୍ତୁ ବିବାଦର ସମାଧାନ ନ ହେବାରୁ ଦୁଇ ନିଯୋଗ ଟ୍ରଷ୍ଟବୋର୍ଡରୁ ଇସ୍ତଫା ଦେବା ସହ ନୀତି କରିବା ପାଇଁ ପ୍ରତିଶୃତି ଦେଇଛନ୍ତି ।
ଜମି ବିବାଦ ତଥା ସେବା ପାଇଁ ସେବାୟତଙ୍କୁ ଦିଆଯାଇଥିବା ଜମି ଉପରେ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ଦୁଇ ସେବାୟକ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଆରମ୍ଭ ହୋଇଥିଲା । ଫଳରେ ଶ୍ରୀଲିଙ୍ଗରାଜଙ୍କ ନୀତି ବନ୍ଦ କରିଦେଇଥିଲେ ସେବାୟତ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications