ଆସନ୍ତା ସପ୍ତାହରେ ପୁଣି ୨ ଦିନିଆ ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ; ୧୦ରେ ମୋଦିଙ୍କ ରୋଡ୍‌ ସୋ

ଆସନ୍ତା ସପ୍ତାହରେ ପୁଣି ୨ ଦିନିଆ ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ । ୧୦ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ସୋ । ୧୧ ତାରିଖରେ ବଲାଙ୍ଗିର ସାଧାରଣ ସଭାରେ ଯୋଗଦେବେ ମୋଦି ।

ଓଡ଼ିଶାରେ ଅଧିକ ସିଟ୍ ହାତେଇବା ପାଇଁ ଲକ୍ଷ୍ୟ ରଖିଛି ବିଜେପି । ଓଡ଼ିଶାରେ ଚତୁର୍ଥ ଏବଂ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଥିବାରୁ କେନ୍ଦ୍ରୀୟ ନେତୃତ୍ୱମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି । ଆସନ୍ତା ସପ୍ତାହରେ ପୁଣି ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ।

ଆସନ୍ତାକାଲି ମଧ୍ୟ ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଜଭବନରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ହୋଇଥିବା କହିଲେ ଡିସିପି ।

pm modi road show

ଆସନ୍ତାକାଲି ରାତି ପ୍ରାୟ ୯.୩୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ରାତିରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ସେହିଦିନ ରାତିରେ ସେ ଭୁବନେଶ୍ୱରରେ ରହିବେ । ତା'ପରେ ସୋମବାର ସକାଳୁ ବ୍ରହ୍ମପୁର ଏବଂ ନବରଙ୍ଗପୁର ଗସ୍ତ କରିବେ । ସେଠାରେ ପ୍ରଧାନମନ୍ତ୍ରୀ ଏକ ବିଶାଳ ଜନସମାବେଶକୁ ସମ୍ବୋଧନ କରିବେ

୩ ଡିସିପି, ୧୦ ଏସିପି, ୧୭ ଆଇଆଇସି, ୯୦ ଏସ୍ଆଇ/ଏଏସ୍ଆଇ, CISF ସହ ୨୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବ ରାସ୍ତାରେ ହେବ ବ୍ୟାରିକେଡିଂ ।

ଓଡ଼ିଶାରେ ବିଜେପି ସରକାର କରିବା ପାଇଁ ପ୍ରାଣପଣେ ଚେଷ୍ଟା କରୁଛି ଦଳ । ଆଜି ସକାଳୁ ଓଡ଼ିଶାରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର । ଆସନ୍ତାକାଲି ସକାଳେ କଟକ ଯାଇ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଆଜି ଓ କାଲି ଓଡ଼ିଶାରେ ରହିବେ।

୫ ତାରିଖ ଅପରାହ୍ନରେ BJP ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱରରେ ପ୍ରମୁଖ ନେତାଙ୍କ ସହ ସେ ଆଲୋଚନା କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+