ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ

Lok Sabha Election 2024: ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ । ଏହି ସମୟରେ ତାଙ୍କ ସହ ଦଳୀୟ ବିଧାୟକ ପ୍ରାର୍ଥୀ ଏବଂ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି ଥିଲେ । ହଜାର ହଜାର ସମର୍ଥକଙ୍କ ସହ ସେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ନାମାଙ୍କନ ଭରିଛନ୍ତି । ତାଙ୍କ ପାଇଁ ସମର୍ଥକ ଆଠମଲ୍ଲିକ ବିଧାୟକ ରମେଶ ସାଏ ଓ ପ୍ରଣବ ପ୍ରଣବ ପ୍ରଧାନ ସମର୍ଥକ ଭାବେ ହସ୍ତାକ୍ଷର କରିଛନ୍ତି ।

Lok Sabha Election 2024

ଧର୍ମେନ୍ଦ୍ର ନାମାଙ୍କନ ଦାଖଲ ପୂର୍ବରୁ କେନ୍ଦ୍ରମନ୍ତ୍ରୀ ମା' ସମଲେଶ୍ବରୀଙ୍କ ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ ଆଶୀର୍ବାଦ ମଧ୍ୟ ନେଇଛନ୍ତି । ଶ୍ରୀ ପ୍ରଧାନ ଆଜି ସକାଳେ ସମଲେଶ୍ୱରୀ ମନ୍ଦିରରୁ ବାହାରି ଏକ ସାଂସ୍କୃତିକ ଶୋଭାଯାତ୍ରା ସହିତ ନେତୃମଣ୍ଡଳୀ ଓ ଜନସାଧାରଣ ଏବଂ କାର୍ଯ୍ୟକର୍ତ୍ତାଙ୍କ ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ ।

ଶୋଭାଯାତ୍ରାଟି ରାମଜୀଗୁଡ଼ି, ବାଲିବନ୍ଧା, କୁଞ୍ଜେଲପଡା, ଝାଡୁଆପଡା, ନନ୍ଦପଡା, ଦଲେଇପଡା, ମୁନସିପାଲିଟି ଛକ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲା । କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ବଲପୁର ଲୋକସଭାର ପ୍ରାର୍ଥୀତ୍ୱ ଭାବେ ସମ୍ବଲପୁରବାସୀ ସ୍ୱାଗତ କରିଛନ୍ତି । ପ୍ରାର୍ଥୀତ୍ୱ ଘୋଷଣା ହେବା ଠାରୁ ଶ୍ରୀ ପ୍ରଧାନ ସମ୍ବଲପୁରର ସବୁ ବର୍ଗର ଲୋକମାନଙ୍କୁ ଭେଟି ସେମାନଙ୍କ ଆଶୀର୍ବାଦ କାମନା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+