ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ପରଲୋକ

ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ନିରଞ୍ଜନ ରଥଙ୍କର ଗୁରୁବାର ରାତି ୧୧ଟା ବେଳେ ସ୍ଥାନୀୟ ଏକ ଘରୋଇ ନର୍ସିଂହୋମ୍‌ରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଚାରିଦିନ ତଳେ ଭୀଷଣ ଜ୍ବର, କଫ ଓ ବିଭିନ୍ନ ସଂକ୍ରମଣ ଯୋଗୁଁ ତାଙ୍କୁ ଥୋରିଆ ସାହିସ୍ଥିତ ଶାନ୍ତି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରିସ୍ଥିତି ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ରଖାଯାଇ ଭେଣ୍ଟିଲେଟର ଜରିଆରେ ଚିକିତ୍ସା କରାଯାଉଥିଲା। ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ସତ୍ତ୍ବେ ସ୍ଥିତିରେ ଉନ୍ନତି ଘଟି ନ ଥିଲା। ଗୁରୁବାର ରାତିରେ ହୃଦ୍‌ଘାତ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ଚିକିତ୍ସକଙ୍କ ସୂତ୍ରରୁ ପ୍ରକାଶ।

Niranjan Rath

ସ୍ବର୍ଗତ ରଥ ଆଠଗଡ଼ର ଏକ ପ୍ରତିଷ୍ଠିତ ପରିବାରରେ ଜନ୍ମ ହୋଇଥିଲେ। ପିତା ପଣ୍ଡିତ ଚନ୍ଦ୍ରଶେଖର ରଥ ଓ ମାତା ଅନ୍ନପୂର୍ଣ୍ଣା ​ଦେବୀଙ୍କର ସେ ଥିଲେ ପଞ୍ଚମ ସନ୍ତାନ।​‌ ଆଇନ୍‌ରେ ଡିଗ୍ରୀ ସହିତ ଇଂରାଜୀ ସାହିତ୍ୟରେ ଏମ୍‌ଏ ପାସ୍‌ କରିବା ପରେ ସେ ସାମ୍ବାଦିକତା ଓ ଓକିଲାତି କରିବା ସହିତ ସମାଜସେବାରେ ନିଜକୁ ନିୟୋଜିତ କରିଥିଲେ। 'ନ୍ୟାୟବତୀ' ନାମକ ଏକ ପତ୍ରିକାର ସେ ସଂସ୍ଥାପକ ଓ ସମ୍ପାଦକ ଭାବେ ଦୀର୍ଘକାଳ କାର୍ଯ୍ୟ କରିବା ପରେ ଲୋକସେବକ ମଣ୍ଡଳରେ ଯୋଗଦେଇଥିଲେ। ସେ 'ସମାଜ'ର ସମ୍ପାଦକ, ମୁଦ୍ରାକର ଓ ପ୍ରକାଶକ, ଜିମ୍‌ସାରର ଅଧ୍ୟକ୍ଷ, 'ସମାଜ' ରିଲିଫ କମିଟିର ମୁଖ୍ୟ, ଗୋପବନ୍ଧୁଙ୍କ ସତ୍ୟବାଦୀର ସମ୍ପାଦକ ହେବା ସହିତ ବିଭିନ୍ନ ସେବାମୂଳକ ଅନୁଷ୍ଠାନ ସହିତ ସମ୍ପୃକ୍ତ ଥିଲେ। 'ସମାଜ'ର ସମ୍ପାଦକୀୟ ପୃଷ୍ଠାରେ 'ବେଙ୍ଗ କହେ ବେଙ୍ଗୁଲୀଲୋ...' ସ୍ତମ୍ଭ ବେଶ୍‌ ପାଠକାଦୃତି ଲାଭ କରିଥିଲା। ସେ ମଧ୍ୟ ଲୋକସେବକ ମଣ୍ଡଳର ଉପସଭାପତି, କୋଷାଧ୍ୟକ୍ଷ, ସମ୍ପାଦକ ଭାବେ କାମ କରି ବେଶ୍‌ ସୁନାମ ଅର୍ଜନ କରିଥିଲେ। ଏବେ ନିକଟରେ ସେ ଦ୍ବିତୀୟଥର ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ଭାବେ ମନୋନୀତ ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+