ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି । ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର ଲୁହା ଗ୍ରୀଲ୍‌କୁ ଗ୍ୟାସ୍‌ କଟରରେ କାଟି ବ୍ୟାଙ୍କ ଭିତରକୁ ପଶି ଟଙ୍କା ଲୁଟି ନେଇଛନ୍ତି।

ଆଜି ସକାଳେ ସ୍ଥାନୀୟ ଲୋକେ ବ୍ୟାଙ୍କର ଝରକା ଭଙ୍ଗା ଯାଇଥିବା ଦେଖି ବ୍ୟାଙ୍କ ମ୍ୟାନେଜର ଏବଂ ବାଲିଆପାଳ ପୋଲିସକୁ ଖବର ଦେଇଥିଲେ ।

Odisha gramya bank

ଖବର ପାଇ ବାଲିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ୫ ବର୍ଷ ପୂର୍ବରୁ ମଧ୍ୟ ଏହି ବ୍ୟାଙ୍କର ପଛପଟ ସ୍କାଇ ଲାଇଟ୍‌ ଭାଙ୍ଗି କମ୍ପ୍ୟୁଟର ଏବଂ ବିଭିନ୍ନ ଆସବାବପତ୍ର ଚୋରି କରିଥିଲେ ଦୁର୍ବୃତ୍ତ। ତେବେ ଏହି ଅଞ୍ଚଳରେ ବାରମ୍ବାର ଚୋରି ହେଉଥିବାରୁ ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+