ନବଦିନାତ୍ମକ ଯାତ୍ରା ସାରି ଶ୍ରୀଗୁଣ୍ଡିଚାରୁ ବାହୁଡ଼ିବେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ: ସରିଛି ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା । ଜନ୍ମବେଦୀରେ ଲୀଳାଖେଳା ସାରି ଆଜି ସିଂହଦ୍ୱାରକୁ ବାହୁଡ଼ିବେ ମହାପ୍ରଭୁ । ଭାଇ, ଭଉଣୀଙ୍କୁ ସାଥିରେ ନେଇ ରାଥରୁଢ ହୋଇ ଭକ୍ତଙ୍କ ଗହଣରେ ଆସିବେ କାଳିଆ ଠାକୁର ।

ଏଥି ଲାଗି ଆଡ଼ପମଣ୍ଡପରେ ବନ୍ଧା ସରିଲାଣି ଚାରମାଳ। ମହାପ୍ରଭୁଙ୍କ ବାହୁଡ଼ା ପର୍ବ ଦେଖିବାକୁ ଶରଧାବାଲିରେ ପହଞ୍ଚିଛନ୍ତି ଲକ୍ଷ ଲକ୍ଷ ଭକ୍ତ। ବାଟରେ ମାଉସୀ ମା'ଙ୍କ ହାତରୁ ପୋଡ଼ପିଠା ଖାଇ , ଲକ୍ଷଲକ୍ଷ ଆର୍ତ୍ତିଙ୍କ ଆରତ ଦୂର କରି ମହାବାହୁ ବାହୁଡ଼ିବେ । ମହାପ୍ରଭୁଙ୍କୁ ଶୀଘ୍ର ବାହୁଡ଼େଇ ନେବା ପାଇଁ ଚାଲିଛି ସଅଳ ନୀତିକାନ୍ତି ।
ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ଆଗରେ ଶ୍ରୀଜିଉମାନଙ୍କ ଅପେକ୍ଷାରେ ଦଣ୍ଡାୟମାନ ରହିଛି ତିନିରଥ । ଶ୍ରୀମନ୍ଦିର ପ୍ରଶାସନର ନୀତିନିର୍ଘଣ୍ଟ ଅନୁସାରେ ଆଜି ମଙ୍ଗଳାର୍ପଣ ସରିବା ପରେ ମଧ୍ୟାହ୍ନ 12 ଟାରୁ ଅପରାହ୍ନ 2.30 ମଧ୍ୟରେ ବାହୁଡ଼ା ପହଣ୍ଡି କରାଯିବ । ଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ାରେ ବି ଧାଡ଼ି ପହଣ୍ଡିରେ ତିନିଠାକୁର ରଥାରୁଢ଼ ହେବେ । ସେହିପରି 2.30 ରୁ 3.30 ରୁ ଗଜପତିଙ୍କ ଛେରାପହଁରା ନୀତି ରହିଥିବାବେଳେ ଅପରାହ୍ନ 4 ଟାରେ ରଥଟଣା ହେବ ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications