ଚିକିତ୍ସିତ ହେଉଛନ୍ତି ମହାପ୍ରଭୁ; କାଲିଠୁ ମହାପ୍ରଭୁଙ୍କୁ ଲାଗି ହେବ ଦଶମୂଳକ ମୋଦକ

ସ୍ନାନ ପୂର୍ଣ୍ଣିମା ପରେ ଜ୍ୱରରେ ପଡ଼ି ଅସୁସ୍ଥ ମହାପ୍ରଭୁ । ଅଣସର ପିଣ୍ଡିରେ ଦଇତାପତି ସେବକଙ୍କ ଦ୍ଵାରା ପାରମ୍ପରିକ ପଦ୍ଧତିରେ ଚିକିତ୍ସିତ ହେଉଛନ୍ତି ମହାପ୍ରଭୁ । ସୁସ୍ଥ କରିବା ପାଇଁ ଚାଲିଛି ନାନାଦି ଗୁପ୍ତସେବା। ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁସାରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ଅଣସରକାଳୀନ ଗୁପ୍ତନୀତି ସଂପାଦନ କରୁଛନ୍ତି। ଏକବସ୍ତ୍ର ହୋଇ ଅଣସର ବାସ ଠାରୁ ଦୈନିନ୍ଦିନ ଚକଟା ଭୋଇ ଓ ଅନ୍ୟାନ୍ୟ ନୀତି ସଂପାଦନ କରୁଛନ୍ତି। ଶ୍ରୀଅଙ୍ଗରେ ଲାଗି ହେବା ପାଇଁ ବିଭିନ୍ନ ପ୍ରକାର ଚେରମୂଳିରୁ ପ୍ରସ୍ତୁତ ଓଷଧ ଯୋଗାଇ ଦିଆଯାଇଛି।

ଚିକିତ୍ସିତ ହେଉଛନ୍ତି ମହାପ୍ରଭୁ
ବଡ଼ଓଡ଼ିଆ ମଠ ଫୁଲୁରି ତେଲ ଯୋଗାଇଥିବା ବେଳେ ଶୁଦ୍ଧ ସୁଆର ସେବକମାନେ ଓଷୁଅ ଯୋଗାଇ ଦେଇଛନ୍ତି। ଆଜି ବିଧି ମୁତାବକ ଅଣସରରେ ଥିବା ତିନି ଠାକୁର ଚକା ବିଜେ କରିବା ସହ ଶ୍ରୀମନ୍ଦିର ବୈଦ୍ୟ ଦଶମୂଳ ପ୍ରସ୍ତୁତ କରି ଗାରଦରେ ଦାଖଲ କରିବାର ପରମ୍ପରା ରହିଛି । ଏକାଦଶୀ ତିଥି ଅର୍ଥାତ୍‌ ଆସନ୍ତାକାଲି ଶ୍ରୀମନ୍ଦିର ବୈଦ୍ୟଙ୍କ ପରାମର୍ଶ କ୍ରମେ ଶ୍ରୀଅଙ୍ଗର ଉପଚାର କରାଯିବ। ଏଥିସହ ଆସନ୍ତାକାଲି ମହାପ୍ରଭୁଙ୍କ ସର୍ବାଙ୍ଗ ଚନ୍ଦନ ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁ ଆସନ୍ତାକାଲି ରକ୍ତବସ୍ତ୍ର ପରିଧାନ କରିବେ। ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆସନ୍ତାକାଲି ଠାରୁ ତୁଳସୀ ଲାଗି ହେବ ।

କାଲିଠୁ ମହାପ୍ରଭୁଙ୍କୁ ଲାଗି ହେବ ଦଶମୂଳକ ମୋଦକ
ମହାପ୍ରଭୁଙ୍କ କବିରାଜମାନେ ଏହି ଔଷଧକୁ ଦୀର୍ଘଦିନ ଶୁଦ୍ଧପୂତ ଭାବରେ ପ୍ରସ୍ତୁତ କରିଥିଲେ। ଆୟୁର୍ବେଦ ପଦ୍ଧତି ଏବଂ ଶାସ୍ତ୍ରାନୁସରଣରେ ଏହି ମହୌଷଧୀ ପ୍ରସ୍ତୁତ କରାଯାଇଥିଲା। ଏକାଦଶୀ ତିଥି ଅର୍ଥାତ୍‌ ଆସନ୍ତାକାଲି ଅସୁସ୍ଥ ଶ୍ରୀବିଗ୍ରହମାନଙ୍କୁ ଦଶମୂଳ ମୋଦକ ଲାଗି କରିବାର ବିଧି ରହିଛି। ଶ୍ରୀମନ୍ଦିର ବୈଦ୍ୟମାନ୍ୟତାପ୍ରାପ୍ତ କବିରାଜ ସେବକମାନେ ପୁରୁଷାନୁକ୍ରମେ ପ୍ରଭୁଙ୍କ ପାଇଁ ଏହି ମହୌଷଧୀ ପ୍ରସ୍ତୁତି ସେବାରେ ନିୟୋଜିତ ଅଛନ୍ତି। ହବିଷାନ୍ନ ବ୍ରତ ପାଳନ ସହ ଭକ୍ତିପୂତ ଚିତ୍ତରେ ନିଷ୍ଠାର ସହ ଏହି ଔଷଧ ପ୍ରସ୍ତୁତ କରାଯାଇଥାଏ। ମହାପ୍ରଭୁଙ୍କ ଏହି ମହୌଷଧୀରେ ୩ କିଲୋରୁ ଅଧିକ ଚେରମୂଳି ବ୍ୟବହୃତ ହୋଇଥାଏ। ବିଭିନ୍ନ ସ୍ଥାନରୁ ଏହି ଦୁର୍ଲଭ ଚେରମୂଳିକୁ ବୈଦ୍ୟମାନେ ସଂଗ୍ରହ କରିଥାନ୍ତି । ଧନ୍ଵନ୍ତରୀ ଆୟୁର୍ବେଦ ଶାସ୍ତ୍ର ଆଧାରରେ ଏହି ମୋଦକ ପ୍ରସ୍ତୁତ ହୋଇଛି।

DASAMULAKA MODAKA SEVA FROM TOMORROW
କେମିତି ପ୍ରସ୍ତୁତ ହୁଏ ମହାପ୍ରଭୁଙ୍କ ମହୌଷଧୀ ?

ଶାଳପନ୍ନି , ଗମ୍ଭାରୀ , ଫଣଫଣା , କୃଷ୍ଣ ପନ୍ନି , ଅଗବଥୁ , ବେଲ , ଅଙ୍କରାନ୍ତି , ଗୋଖରା ,ଲବିଂ କୋଳି , ନବାଙ୍କୁରୀକୁ ପ୍ରଥମେ ଶୁଖା ଯାଇଥାଏ ।
ପରେ ଏହାକୁ କୁଟା ଯାଇ ଗୁଣ୍ଡ କରାଯାଇଥାଏ ।
ଏହି ଗୁଣ୍ଡକୁ ଗାମୁଛାରେ ଛାଣି ନୂତନ କାଠ ଚୁଲିରେ କଡେଇ ବସଯାଇ ଖୁଆ , ଶର୍କରା , ସର , ମହୁ , ଘିଅ ଆଦି ପକାଯାଇ ଏହାକୁ ପାଗ କରାଯା ।
ପାଗ ପରେ ଏହାକୁ କଦଳୀ ପତ୍ର ଉପରେ ରଖି ଥଣ୍ଡା କରାଯାଇଥାଏ ।
ଥଣ୍ଡା ହେଲା ପରେ ଏହାକୁ ଗୋଲାକାର ମୋଦକ କରି ୩ଟି କୁଡୁଆ ରେ ରଖା ଯାଇଥାଏ ।
ଏହା ଉପରେ କର୍ପୂର ଦେଇ ତାଳପତ୍ର ଭୋଗେଇରେ ରଖି ଶ୍ରୀମନ୍ଦିର ଗାରଦରେ ଦାଖଲ କରାଯାଇଥାଏ ।

ଜଡିବୁଟିରେ ପ୍ରସ୍ତୁତ ମୋଦକ (ଔଷଧ)ରେ ଅଣସର ପିଣ୍ଡିରେ ଠାକୁରଙ୍କ ଉପଚାର କରାଯାଏ । ଏକାଦଶୀ ଦିନ ମୋଦକ ଲାଗି ହେବା ସହ ପ୍ରଥମ କରି ଅଣସରରେ ଥିବା ମହାପ୍ରଭୁଙ୍କୁ ତୁଳସୀ ଲାଗି କରାଯିବ । ମହାପ୍ରଭୁଙ୍କୁ ଚନ୍ଦନ ଲାଗି ସହିତ ନୂଆ ଖଣ୍ଡୁଆ ମଧ୍ୟ ଲାଗି କରାଯିବ । ଏଥିପୂର୍ବରୁ ଠାକୁରମାନଙ୍କୁ ଫୁଲରି ତେଲ ଲାଗି ହୋଇସାରିଛି । ଦଶମୂଳ ଲାଗି ହେବା ପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ ।

ଶ୍ରୀଜୀଉଙ୍କ ଦଶମୂଳ ପ୍ରସ୍ତୁତି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+