ଆଜି ପବିତ୍ର ମାଘ ପୂର୍ଣ୍ଣିମା;ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଆଜି ପବିତ୍ର ମାଘ ପୂର୍ଣ୍ଣିମା ତିଥି । ଶ୍ରୀମନ୍ଦିରରେ ଶ୍ରୀଜିଉ ଗଜ ଉଦ୍ଧାରଣ ବେଶରେ ବିଭୂଷିତ ହୋଇଥାନ୍ତି। ଶ୍ରୀ ଲୋକନାଥଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀଜଗନ୍ନାଥ ମହାପ୍ରଭୁ ଚତୁର୍ଭୁଜରେ ଧାରଣ କରିବେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ।

ଏହି ବେଶରେ ମହାପ୍ରଭୁ ଗରୁଡ ଉପରେ ବସିବା ଭଙ୍ଗିରେ ଥାଇ ମାଆ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀବଳଭଦ୍ର ଚତୁଃଭୂଜରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମକଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ ।

ମହାପ୍ରଭୁଙ୍କର ଏହି ଚିତ୍ତାକର୍ଷକ ବେଶ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିବେ ଭକ୍ତ ଓ ଦର୍ଶାନାର୍ଥି। ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ । ଦେବଦେବ ମହାଦେବ ଶ୍ରୀଲୋକନାଥଙ୍କର ଆଜି ହେବ ପଦ୍ମବେଶ। ସୋଲରେ ତିଆରି ପଦ୍ମରେ ବିଭୂଷିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଲୋକନାଥ।

e magha purnima gaja udharana besa

୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ । ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଆସନ୍ତା ୧୨ ଏବଂ ୧୩ ତାରିଖ ଦୁଇଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି । ଏହପରି ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

ସୂଚନାଯୋଗ୍ୟ, ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବୃଆରୀ ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଥିଲା । ଏହି ଦିନ ବ୍ୟତୀତ ଅନ୍ୟ ଦିନରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ ବୋଲି କୁହାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+