ଥରେ ନୁହେଁ ବର୍ଷକୁ ୫ ଥର ହୁଏ ସୁନାବେଶ ନୀତି
Suna Besha: ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଦୁର୍ଲଭ ସୁନାବେଶ । ମାନ୍ୟତା ରହିଛି ଏହି ବେଶର ଦର୍ଶନ ପାଇଁ ସ୍ୱର୍ଗ ପ୍ରାପ୍ତି ହୋଇଥାଏ । ଆଷାଢ ମାସର ଶୁକ୍ଳ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିର ସମ୍ମୁଖରେ ବଡ଼ଠାକୁରଙ୍କ ୩ ରଥ ପହଞ୍ଚିବା ପରେ ମହାବାହୁଙ୍କ ସୁନାବେଶ ହୋଇଥାଏ ।
ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ ହୋଇଥାଏ । ଆଶାଢ ଶୁକ୍ଳ ଏକାଦଶୀରେ ସିଂହଦ୍ୱାରରେ ରଖାଯାଇଥିବା ତିନି ରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜିଉଙ୍କ ମଧ୍ୟାହ୍ନ ଧୂପ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ ।

ଏତଦ୍ ବ୍ୟତୀତ ଶ୍ରୀଜିଉମାନଙ୍କୁ ମନ୍ଦିର ଭିତରେ ୫ ଥର ସୁନାବେଶ କରାଯାଇଥାଏ। ଦଶହରା, କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା ଓ ଦୋଳ ପୂର୍ଣ୍ଣିମାରେ ମଧ୍ୟ ମହାପ୍ରଭୁଙ୍କୁ ସୁନାବେଶ କରାଯାଏ। ସୁନାବେଶକୁ 'ବଡ଼ତଡ଼ାଉ' ବେଶ ମଧ୍ୟ କହିଥାନ୍ତି। ଇତିହାସ କହିଥାଏ, ସୂର୍ଯ୍ୟବଂଶୀ ଗଜପତି କପିଳେନ୍ଦ୍ର ଦେବଙ୍କ ଦ୍ୱାରା ପ୍ରଥମେ ଶ୍ରୀଜିଉମାନଙ୍କୁ ସୁନାବେଶ କରାଯାଇଥିଲା। ରଥ ଉପରେ ମଧ୍ୟାହ୍ନ ଧୂପପରେ ସୁନାବେଶ ହୋଇଥାଏ। ଏହି ଦିନ ଠାକୁରଙ୍କୁ ସନ୍ଧ୍ୟା ଆଳତି ଓ ସନ୍ଧ୍ୟାଧୂପ ରଥ ଉପରେ ଅନୁଷ୍ଠିତ ହୋଇଥାଏ। ଅତୀତରେ ସର୍ବାଧିକ ୧୩୮ ପ୍ରକାର ଅଳଙ୍କାରରେ ଶ୍ରୀଜିଉମାନଙ୍କୁ ସୁନାରେ ବେଶ କରାଯାଇଥିଲା ।
କେବେ କେବେ ହୁଏ ସୁନାବେଶ ?
ପୌଷ ପୂର୍ଣ୍ଣିମା ଦୋଳ ପୂର୍ଣ୍ଣିମା ବାହୁଡ଼ା ଏକାଦଶୀ କାର୍ତ୍ତିକ ପୂର୍ଣ୍ଣିମା ବିଜୟାଦଶମୀ ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜିଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ।












Click it and Unblock the Notifications