ଆଜି ନେତ୍ର ଉତ୍ସବ, କାଲି ରୁକୁଣା ରଥଯାତ୍ରା: ସାଢ଼େ ୩ଟା ପୂର୍ବରୁ ଗଡ଼ିବ ରଥ

ଭୁବନେଶ୍ୱର: ଆଜି ନେତ୍ର ଉତ୍ସବ । ଆସନ୍ତାକାଲି ପବିତ୍ର ଅଶୋକାଷ୍ଟମୀ । କାଲି ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ରୁକୁଣା ରଥ ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଅପରାହ୍ନ ୩ଟା ଠାରୁ ସାଢ଼େ ୩ଟା ଭିତରେ ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ ଟଣା ହେବ।
ଆଜି ମଧ୍ୟ ରାତ୍ରିରୁ ଶ୍ରୀଲଙ୍ଗରାଜଙ୍କ ରୁକୁଣା ରଥ ପ୍ରତିଷ୍ଠା ହେବ । ବିଧି ଅନୁସାରେ ପ୍ରଥମେ ମରୀଚିକୁଣ୍ଡର ପ୍ରଥମ କଳସ ପାଣିର ରଥ ପ୍ରତିଷ୍ଠା ପର୍ବ ଆରମ୍ଭ ହେବ । ରଥ ପାଇଁ ପାଣି ଯିବା ପରେ ମରୀଚିକୁଣ୍ଡରୁ ଉଠିଥିବା ଅନ୍ୟ କଳସ ଜଳ ନିଲାମ କରାଯିବ । ଏହି ପାଣି ସ୍ନାନ କଲେ ମହିଳାମାନଙ୍କୁ ସନ୍ତାପପ୍ରାପ୍ତି ହୋଇଥାଏ ବୋଲି ଲୋକଙ୍କ ବିଶ୍ୱାସ ରହିଛି । ରାତିରେ ନୀତିକାନ୍ତି ହେବାର ଥିବାରୁ ଅସ୍ଥାୟୀ ଘର ଏବଂ ଲାଇଟ୍ ବ୍ୟବସ୍ଥା କରାଯାଇଛି ।
ଆସନ୍ତାକାଲି ଅଶୋକାଷ୍ଟମୀ ତିଥିରେ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ଆରମ୍ଭ ହୋଇ ୫ ଦିନ ଧରି ଚାଲିବ । ଏଥିପାଇଁ ସମସ୍ତ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ୧୨ଟାରେ ମଙ୍ଗଳା ଆଳତୀ, ୨ଟାରେ ଭୋଗ ଲାଗି ଓ ୩ଟାରୁ ସାଢ଼େ ୩ଟା ମଧ୍ୟରେ ରଥଟଣା ଆରମ୍ଭ ହେବ ।
ରଥଯାତ୍ରାରେ ସୁରକ୍ଷା ବ୍ୟବସ୍ଥାକୁ ନେଇ କମିସନରେଟ୍ ପୋଲିସ ପ୍ରସ୍ତୁତି ଆରମ୍ଭ କରିଛି । ଏବର୍ଷ ରଥଯାତ୍ରାରେ ପ୍ରବଳ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି ପୋଲିସ କମିସନର୍ ସୌମେନ୍ଦ୍ର ପ୍ରିୟଦର୍ଶୀ ଆଇନ ଶୃଙ୍ଖଳା ବ୍ୟବସ୍ଥାର ସମୀକ୍ଷା କରିଥିଲେ।
ସେପଟେ ଆସନ୍ତାକାଲି ଅଶୋକାଷ୍ଟମୀ ଅବସରରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅନୁଷ୍ଠାନ ଛୁଟି ରହିବ । କେନ୍ଦ୍ରାଞ୍ଚଳ ଆରଡିସି ପକ୍ଷରୁ ସୋମବାର ଏହି ଘୋଷଣା କରାଯାଇଛି ।
ପୌରାଣିକ କିମ୍ବଦନ୍ତୀ ଅନୁସାରେ ପ୍ରଭୁ ରାମଚନ୍ଦ୍ର ରାବଣକୁ ହତ୍ୟାକରି ସୀତାଙ୍କୁ ଉଦ୍ଧାର କରିଥିଲେ। ରାବଣ ବ୍ରାହ୍ମଣ ହୋଇଥିବାରୁ ରାମଚନ୍ଦ୍ରଙ୍କୁ ବ୍ରହ୍ମ ହତ୍ୟା ଦୋଷ ଲାଗିଲା। ଏହିପାପରୁ ମୁକ୍ତି ପାଇବା ପାଇଁ ସେ କୁଳଗୁରୁ ବଶିଷ୍ଠଙ୍କ କଥା ଅନୁସାରେ ଏକାମ୍ର କ୍ଷେତ୍ରକୁ ଯାଇ ରାମେଶ୍ୱରଠାରେ ହରିହର (ଲିଙ୍ଗରାଜଙ୍କୁ ପ୍ରତିଦିନ ପୂଜାକଲେ । ଏହି ଉପାସନାରେ ପ୍ରଭୁ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ କ'ଣ ବର ଚାହଁ ବୋଲି ପଚାରିଲେ।
ଶେଷରେ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ପୁନଃବସୁ ନକ୍ଷତ୍ରରେ ଦେବଦଳନ ରଥରେ ବସି ହରିହର ରାମେଶ୍ୱର ମନ୍ଦିର ଆସିବେ ବୋଲି ରାମଚନ୍ଦ୍ର ବର ମାଗିଥିଲେ। ସେହିଦିନଠାରୁ ତାଙ୍କୁ ଦର୍ଶନ ଦେବା ଲାଗି ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର ମନ୍ଦିରକୁ ପାଞ୍ଚଦିନ ପାଇଁ ରଥଯାତ୍ରାରେ ଆସିଥାନ୍ତି । ଉକ୍ତ ପ୍ରଥା ଓ ପରମ୍ପରା ଅନୁସାରେ ଏହି ରଥଯାତ୍ରା ହୋଇ ଆସୁଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications