ସେବାୟତ ଗୋଷ୍ଠୀ ମଧ୍ୟରେ ବିବାଦ ଯୋଗୁଁ ୩ଦିନ ହେଲା ଉପାସରେ ପ୍ରଭୁ ଲିଙ୍ଗରାଜ
ଭୁବନେଶ୍ବର : ୩ ଦିନ ହେଲାଣି ଉପାସରେ ରହିଛନ୍ତି ମହାପ୍ରଭୁ ଶ୍ରୀଲିଙ୍ଗରାଜ। ସୋମବାର ସାରୁ ବୁଧବାର ସକାଳ ସୁଦ୍ଧା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ରହିଥିବା ସୂଚନା ମିଳିଛି। ସୋମବାର ସନ୍ଧ୍ୟାରୁ ଠାକୁରଙ୍କ କୌଣସି ନୀତି ହୋଇନଥିବା ବେଳେ ଦିଅଁ ଦକ୍ଷିଣ ଘରକୁ ବିଜେ କରିନାହାନ୍ତି । ପବିତ୍ର ପୁଷ୍ୟାଭିଷେକ ସନ୍ଧ୍ୟା ଧୂପ ପରେ ମକର ମଣ୍ଡପରେ ଲିଙ୍ଗରାଜ ମହାପ୍ରଭୁ ବିଜେ କରିଥାନ୍ତି । ଏହା ପରେ ମାହାସୁଆରଙ୍କ ଦ୍ୱାରା ଦୁଗ୍ଧ ଆଉଟା ହୋଇ ଘୃତ କମଳ ପ୍ରସ୍ତୁତ ହୋଇଥାଏ ।

ଗତକାଲି ମକର ସଂକ୍ରାନ୍ତି ପାଇଁ ଘୃତ୍ୟ କମଳ ଲାଗି ହୋଇଥାଏ । କିନ୍ତୁ ପୁନର୍ବାର ବଡୁ ସେବାୟତ ଏକୁଟିଆ ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ହେଲେ ପୂଜାପଣ୍ଡା ନିଯୋଗ ବିରୋଧ କରିବାରୁ ନୀତିରେ ସହଯୋଗ କରି ନଥିଲେ । ଏଥିପାଇଁ ମହାପ୍ରଭୁ ମକର ମଣ୍ଡପରେ ବସି ରହିଛନ୍ତି । ଏଭଳି ସ୍ଥିତି ଲାଗି ରହିବା ପରେ ଗତକାଲି ବାରମ୍ବାର ବୈଠକ ବସିଥିଲା । କିନ୍ତୁ ସେବାୟ ନିଜ ଜିଦରେ ଅଟଳ ରହିବାରୁ ସମାଧାନର ବାଟ ବାହାରି ପାରିନି । ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ ସମାଧାନ ପାଇଁ ବ୍ରାହ୍ମଣ ନିଯୋଗ ପକ୍ଷରୁ ଦାବି କରାଯାଇଛି। ଏପରିକି ବ୍ରାହ୍ମଣ ନିଯୋଗ ପକ୍ଷରୁ ଆଇନ ମନ୍ତ୍ରୀଙ୍କ ମଧ୍ୟ ହସ୍ତକ୍ଷେପ ଲୋଡାଯାଇଛି।












Click it and Unblock the Notifications