ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ; ମାସେ ଧରି ରାଧାଦାମୋଦର ବେଶ

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ । ଏକ ମାସ ଧରି ସ୍ବତନ୍ତ୍ର ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କ ରାଧା ଦାମୋଦର ବେଶ ହୋଇଥାଏ । ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ । ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ନାମରେ ପରିଚିତ ।

ସକାଳ ଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା,ଖଇ, ନଡିଆ, ଖୁଦ, ଚାଉଳିଆ, ସେଓ, କମଳା, କଦଳୀ, କାକୁଡ଼ି , ପଇଡ଼ ଆଦି ଭୋଗ ହୋଇଥାଏ । କାର୍ତ୍ତିକ ମାସରେ ପ୍ରଭୁ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ଏହାକୁ ରାଧା ଦାମୋଦର ବେଶରେ ନାମକରଣ କରାଯାଇଛି । ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ସହ ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାର ଠାକୁର ମାନଙ୍କୁ ଲାଗି କରାଯାଇଥାଏ ।

Lord Mahaprabhu s Kartik Nithi begins in the temple

ଏଥି ସହ ଶ୍ରୀଜଗନ୍ନାଥ ଓ ବଳଭଦ୍ର ତ୍ରିକଚ୍ଛ ପରିଧାନ କରିବା ସହ ଦୁଇ ହସ୍ତରେ ସୁବର୍ଣ୍ଣ ନଳୀ ଭୁଜ, ତ୍ରିମୁଣ୍ଡିରେ ବାଉଁଶ ପାତିଆ ଓ କନାରେ ନିର୍ମିତ ଚୂଳ, ଚୂଳର ଅଗ୍ରଭାଗରେ ରୂପା ଚନ୍ଦ୍ରିକା, କର୍ଣ୍ଣଦେଶରେ କୁଣ୍ଡଳ, କଟିଦେଶରେ ଓଡ଼ିଆଣୀ କମରପଟି, କଣ୍ଠରେ ସୁବର୍ଣ୍ଣ ଘାଗଡ଼ା ମାଳି, କପାଳରେ ତିଳକ, ଚନ୍ଦ୍ର ସୂର୍ଯ୍ୟ ଏବଂ ରାମାନନ୍ଦୀ ଚିତା ଇତ୍ୟାଦି ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉ ଭୂଷିତ ହୋଇଥାନ୍ତି । ତେବେ ଠାକୁରଙ୍କ ଶୃଙ୍ଖଳିତ ନୀତିକାନ୍ତି ଓ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+