ବଙ୍ଗୋପସାଗରରେ ପୁଣି ଲୋ ପ୍ରେସର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ପଛକୁ ପଛ ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ବଙ୍ଗୋପସାଗରରେ ପୁଣି ଲୋ ପ୍ରେସର । ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଜି ଏହା ଉତ୍ତରପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଅବପାତର ରୂପ ନେବ । ଆସନ୍ତକାଲି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୧ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଜିଲ୍ଲାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି। ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି।

ଅତି ପ୍ରବଳ ବର୍ଷା: କୋରାପୁଟ ଓ ମାଲକାନଗିରି (ଅରେଞ୍ଜ ଆଲର୍ଟ)
ପ୍ରବଳ ବର୍ଷା: ମୟୂରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର (ୟେଲୋ ୱାର୍ଣ୍ଣିଂ)
60 କିମି ବେଗରେ ପବନ: କୋରାପୁଟ, ମାଲକାନଗିରି, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ।
27 September Rain Alert:
ଆସନ୍ତାକାଲି ନବରଙ୍ଗପୁର ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ଦକ୍ଷିଣ ଓଡ଼ିଶାର 5 ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ମଧ୍ୟ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେପଟେ ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ଘଣ୍ଟାପ୍ରତି 60 କିମି ବେଗରେ ପବନ ବହିବ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ପବନ 50 କିମି ବେଗରେ ବହିବ ।
କୋରାପୁଟ ଓ ମାଲକାନଗିରିରେ ଅତିପ୍ରବଳ ବର୍ଷା
ପ୍ରସ୍ତୁତ ରହିବାକୁ କହିଲେ ଏସ୍ଆର୍ସି
ଏପଟେ ଏସ୍ଆର୍ସି ଆଜି ଏକ ଭିଡିଓ କନ୍ଫରେନ୍ସିଂ ଜରିଆରେ ୧୮ ଜିଲ୍ଲା ଯଥା ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ନୂଆପଡ଼ା ଜିଲ୍ଲାପାଳମାନଙ୍କ ସହ ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ଆଲୋଚନା କରିଛନ୍ତି । ସତର୍କତାମୂଳକ ପଦକ୍ଷେପସ୍ବରୂପ ବିଶେଷ ଭାବେ ପ୍ରଭାବିତ ହେବାକୁ ଥିବା କୋରାପୁଟ ଓ ମାଲକାନଗିରି ସହ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳମାନଙ୍କୁ କର୍ମକ୍ଷେତ୍ରରେ ରହି ସ୍ଥିତି ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି ।












Click it and Unblock the Notifications