ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨ଦିନ ଯାଏଁ ବର୍ଷା, କମିବ ଶୀତ !
Odisha Weather: ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଏହା ପ୍ରଭାବରେ ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୯ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।
ଆଜି ମଧ୍ୟ ଭୁବନେଶ୍ୱର, କଟକରେ କୋହଲା ପାଗ ରହିଛି । ରାଜ୍ୟର କିଛି କିଛି ସ୍ଥାନ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି କୋରାପୁଚ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ତି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିକ, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ବର୍ଷା ପାଇଁ ରାଜ୍ୟରେ ଶୀତ ସାମାନ୍ୟ କମିଛି । ଆଗାମୀ ୪ ଦିନ ପରେ ତାପମାତ୍ରା ୨-୪ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇପାରେ ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।












Click it and Unblock the Notifications