ଆସୁଛି ଲଘୁଚାପ ! ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ

ଆସୁଛି ଲଘୁଚାପ ! ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ । ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସମ୍ଭାବ ନା ।

Low pressure area approaching

ରବିବାର ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ବର୍ଷା ସହିତ ଘଡ଼ଘଡ଼ି ହୋଇପାରେ। ୭, ୮, ୯ ଓ ୧୦ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଶୁକ୍ରବାର ରାଜ୍ୟର ସବୁ ସହରର ତାପମାତ୍ରା ୪୦ ଡିଗ୍ରୀ ତଳେ ଅଛି । ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ସବୁଠୁ ଅଧିକ ୩୮.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି ।

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । । ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଜଳାଇବ ତାତି । ଆସନ୍ତା ଦୁଇ ଦିନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ । ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଛୁଇଁପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ରବିବାର ବୌଦ୍ଧ, ବଲାଙ୍ଗିର, ଭବାନୀପାଟଣା, ଟିଟିଲାଗଡ଼, ଝାରସୁଗୁଡ଼ାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ । ସୋମବାର ବି ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ଶନିବାର ଟିଟିଲାଗଡ଼ରେ ତାପମାତ୍ରା ସର୍ବାଧିକ ୪୦.୫ ଡିଗ୍ରୀ ଥିଲା । ସୋନପୁରର ୪୦.୧ ଡିଗ୍ରୀ, ବୌଦ୍ଧ ୪୦ଡିଗ୍ରୀ, ତାଳଚେର ୩୯.୮, ଭୁବନେଶ୍ୱର ୩୯.୭ ଓ ଚାନ୍ଦବାଲିରେ ୩୯.୬ ଡିଗ୍ରୀ ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+