ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର; ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନା

ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର । ଗତ କାଲିର ଘୂର୍ଣ୍ଣି ବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର । ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ, ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାମଲକାନିଗିରି, ଗଞ୍ଜାମ, ଗଜପତି ସମେତ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନା ରହିଛି ।

ସେହିଭଳି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।

RAIN

ଚିତ୍ରକୋଣ୍ଡାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି। । ଯୋଗାଯୋଗ ବିଚ୍ଛିନ୍ନ ଅଛି। ଗତକାଲି ପାରଳାଖେମୁଣ୍ଡିରେ ଲଗାଣ ବର୍ଷାରେ ଅସ୍ଥାୟୀ ପୋଲ ଧୋଇ ହୋଇ ଯାଇଥିଲ । ଫଳରେ ୩ଟି ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ଡାଳିମ୍ବପୁର, ଅମରା, ରାଟିଣି ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଅଢ଼େଇ ୧୨ କି.ମି. ବୁଲି ଆନ୍ଧ୍ର ଦେଇ ଆସୁଥିଲେ ଲୋକେ । ଯାହା ଦ୍ଵାରା ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ମାଲକାନଗିରି , କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ୨୦ରୁ ୨୨ ଯାଏଁ ସମୁଦ୍ର ଯିବାକୁ ମନା ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+