ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ; ଗୋପାଳପୁର ଠାରୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ

ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ। ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ । ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା।
ଏବେ ଗୋପାଳପୁର ଠାରୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ । ଆନ୍ଧ୍ରର କାକିନାଡ଼ାଠାରୁ ୮୪୦ କି.ମି. ଦୂରରେ କେନ୍ଦ୍ରୀଭୂତ ।

low pressure area developed

ବାତ୍ୟା ପ୍ରଭାବରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଗାମୀ ଦୁଇଦିନ ପାଇଁ ରାଜ୍ୟରେ ବିଶେଷ କିଛି ପାଗ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିବାବେଳେ ରାଜ୍ୟର କଁା ଭା ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୨୭ରେ ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ଏହିସବୁ ଜିଲାରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବ। ସେହିପରି ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଜିଲାରେ ପ୍ରବଳ ବର୍ଷା (୭ରୁ ୧୧ ସେ.ମି) ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସୋମବାର ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାରେ ଭୀଷଣ ବର୍ଷା (୨୦ ସେ.ମିରୁ ଅଧିକ) ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି।

ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ ୭୦ କି.ମି ଏବଂ ୮୦ କି.ମି ପର୍ଯ୍ୟନ୍ତ ରହିପାରେ। ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୫୦ କି.ମିରୁ ୭୦ କି.ମି ପର୍ଯ୍ୟନ୍ତ ବହିବା ନେଇ ଆକଳନ କରାଯାଇଛି। ଏଥିସହ ରାଜ୍ୟର ଅନ୍ୟ ସମସ୍ତ ଜିଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ୨୯ ତାରିଖରେ ମଧ୍ୟ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ରାୟଗଡ଼ା ଜିଲାରେ ଭୀଷଣ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ବର୍ଷା, ପବନ ଲାଗି ରହିବା ସହିତ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୬ତାରିଖଠାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାପାଇଁ ବାରଣ କରାଯାଇଛି। ଏଥିସହ ସମସ୍ତ ବନ୍ଦରଗୁଡିକରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+