ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ , ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବା ନେଇ ସୂଚନା

ପଶ୍ଚିମ କେନ୍ଦ୍ରୀୟ ଓ ତା'ର ପାର୍ଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଧିରେ ଧିରେ ଉତ୍ତରମୁହାଁ ହେବାର ସମ୍ଭାବନା ରହିଛି।

Low pressure

ଅନ୍ୟପକ୍ଷେ ଲଘୁଚାପକୁ ଦୃଷ୍ଟିରେ ରଖି SRC ସବୁ ଜିଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି। ବର୍ଷା ପାଇଁ ସମସ୍ତ ଜିଲାପାଳଙ୍କୁ ପ୍ରସ୍ତୁତ ରହିବାକୁ ଚିଠିରେ କୁହାଯାଇଛି। ଏପରିକି ମତ୍ସ୍ୟଜୀବୀଙ୍କୁ ସୁମଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ମତ୍ସ୍ୟଜୀବୀଙ୍କ ପାଇଁ ନିୟମ କଡ଼ାକଡ଼ି କରିବାକୁ SRC ଚିଠିରେ ଉଲ୍ଳେଖ କରିଛନ୍ତି।

ଅନ୍ୟପକ୍ଷେ ଲଘୁଚାପ ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ସୂଚନାନୁସାରେ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ ମୌସୁମୀ ବର୍ଷା ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ବର୍ଷା ଲାଗି ରହିବ। ମଙ୍ଗଳବାର ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶା ସମେତ ଉପକୂଳବର୍ତ୍ତୀ ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେସବୁ ଜିଲା ହେଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, ଭଦ୍ରକ, କେନ୍ଦ୍ରାପଡ଼ା, ବାଲେଶ୍ୱର, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+