ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗରର ମଧ୍ୟ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ ।

ଏହା ୮ ତାରିଖ ପର୍ଯ୍ୟନ୍ତ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ପରବର୍ତୀ ୪୮ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବା ସମ୍ଭାବନା ରହିଛି । ଯେଉଁଥି ପାଇଁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୯ ତାରିଖ ପାଇଁ ୧୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ।
ସେହିପରି ୧୦ ତାରିଖକୁ ପାଇଁ ମଧ୍ୟ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ତାରିଖ ପାଇଁ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲା ଗୁଡିକ ହେଲା , ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ଗଜପତି, କୋରାପୁଟ ଇତ୍ୟାଦି ।












Click it and Unblock the Notifications