ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ନେଇ ସତର୍କତା ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ।ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ସତର୍କ କରାଇଛି ପାଣିପାଗ ବିଭାଗ ।

rain

ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ୩ ଦିନ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ସୁନ୍ଦରଗଡ଼, ସମ୍ବଲୁପର, କେନ୍ଦୁଝର ଓ ମୟୁରଭଞ୍ଜରେ ହେବ ପ୍ରବଳ ବର୍ଷା ।

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହା ସହ ଅନ୍ୟ କିଛି ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ପାଇଁ ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+