ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ୧୯ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି

ରାଜ୍ୟରେ ଏବେ ସକ୍ରିୟ ରହିଛି ମୌସୁମୀ। ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ୨୨ ତାରିଖରେ ୧୯ ଜିଲ୍ଲାରେ ବର୍ଷା ହେବା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୯ ଜିଲ୍ଲା ହେଉଛି ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ କଟକ।

Low pressure area formed in Bay of Bengal

ଏହି ସବୁ ଜିଲ୍ଲାରେ ବର୍ଷା ଘଡ଼ଘଡ଼ି ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+