ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି; ପ୍ରବଳ ବର୍ଷା ସମ୍ଭାବନା
ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା। ଘନୀଭୂତ ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପ ରୂପ ନେବା ଆଶଙ୍କା।
ଲଘୁଚାପଟି ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିପାରେ । ଉତ୍ତର ଓଡ଼ିଶା ଓ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ସମ୍ଭାବନା । ବାତ୍ୟା ୱିଫାର ଅବଶିଷ୍ଟାଂଶ ପ୍ରବେଶ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା।

ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ପାଇଁ ପାଗ ଅନୁକୂଳ ରହିଛି। ପ୍ରଭାବରେ ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବିଶେଷ କରି ୨୬ ତାରିଖ ପର୍ଯ୍ୟନ୍ତ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଆଜି କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହା ସହ ଆଜି ପାଇଁ ମୋଟ୍ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି।












Click it and Unblock the Notifications