ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ; ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ। ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ। ଉତ୍ତର ଦିଗକୁ ଗତି କରି ଅବପାତର ରୂପ ନେବ ।

Low pressure area identified over Bay of Bengal

ଓଡ଼ିଶା ଛୁଇଁଲା ମୌସୁମୀ । ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି ।

ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା । ୩୧ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଜିଲ୍ଲା ଗୁଡିକ ହେଲା ଜଗତସିଂହପୁର, ପୁରୀ, କଟକ, ରାୟଗଡ଼ା ଓ କୋରାପୁଟ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC ।

ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ । ସକ୍ରିୟ ଲଘୁଚାପ ୨୪ ଘଣ୍ଟା ଭିତରେ ଅବପାତର ରୂପ ନେବ । ଲଘୁଚାପ କ୍ଷେତ୍ର ଉତ୍ତର ଆଡ଼କୁ ଗତି କରି ଆହୁରି ଅଧିକ ଘନୀଭୂତ ହେବ । ଲଘୁଚାପ ପ୍ରଭାବର ରାଜ୍ୟରେ ବର୍ଷା ଲାଗି ରହିଛି । ୩୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଅନ୍ୟପଟେ ଲୋକଙ୍କୁ ପାଗ ଉପରେ ନଜର ରଖିବା ସହ ବଜ୍ରପାତ ସମୟରେ ରକ୍ଷା ପାଇବା ପାଇଁ ସୁରକ୍ଷିତ ଆଶ୍ରୟ ନେବାକୁ ଅନୁରୋଧ କରାଯାଇଛି। ଫସଲ ଅମଳ ଉପରେ ଧ୍ୟାନଦେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ୩୧ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏହାର ମୁକାବିଲା ଲାଗି ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଜୁଳି ଓ ଝଡ଼ବର୍ଷାଜନିତ କ୍ଷୟକ୍ଷତି ସମ୍ପର୍କିତ ରିପୋର୍ଟ ତୁରନ୍ତ ଦାଖଲ କରିବାକୁ କୁହାଯାଇଛି। ଝଡ଼ବର୍ଷା ସମୟରେ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+