ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା ; ଆସନ୍ତା ୧ ତାରିଖ ବେଳକୁ ପୁଣି ଲଘୁଚାପ କ୍ଷେତ୍ର ସମ୍ଭାବନା

ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ପୁଣି ଲଘୁଚାପ କ୍ଷେତ୍ର ସମ୍ଭାବନା। ୩୦ରେ ଉତ୍ତର ଆଣ୍ଡାମାନ ସାଗରରେ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ । ପ୍ରଭାବରେ ଉତ୍ତର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର।

Low-pressure area may obstacle puja

: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିଛି । ଅବପାତରେ ପରିଣତ ହୋଇଛି ସ୍ପଷ୍ଟଚିହ୍ନିତ ଲଘୁଚାପ । ଗତକାଲି ରାତି 11.30ରେ ଲଘୁଚାପଟି 10 କିଲୋମିଟର ବେଗରେ ପଶ୍ଚିମ ଦିଗରେ ଗତି କରି ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ କେନ୍ଦ୍ରୀଭୂତ ହୋଇଛି । ଆଜି ଏହା ପଶ୍ଚିମ ଆଡକୁ ଗତି କରି ପୁରୀ ଏବଂ କଳିଙ୍ଗପଟନମ୍ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ପରେ ଏହା ଧିରେ ଧିରେ ଦୁର୍ବଳ ହେବ । ଅବପାତ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ବେଳେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ।

ଆଜି ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ରହିବ । ଅତି ପ୍ରବଳ ବର୍ଷା ପାଇଁ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି 60 କିମି ବେଗରେ ପବନ ବହିବାକୁ ନେଇ ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ ଓ ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ବର୍ଷା ସହ 60 କିମି ବେଗରେ ଝଡ଼ି ପବନ ବହିବାର ସମ୍ଭାବନା ରହିଛି ।

ସ୍କୁଲ ଛୁଟି :

ଆଜି ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ଏବଂ ବିଜୁଳି ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରଖିବା ପାଇଁ ଘୋଷଣା କରାଯାଇଛି । ଆଜି ମାଲକାନଗିରିରେ ସମସ୍ତ ସ୍କୁଲ ବନ୍ଦ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+