୮ ସୁଦ୍ଧା ଲଘୁଚାପ କ୍ଷେତ୍ର, ୯ରେ ନେବ ବାତ୍ୟାର ରୂପ: ଆଇଏମଡି
ଭୁବନେଶ୍ୱର: ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତାକାଲି ଅର୍ଥାତ ୮ ତାରିଖରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ପରଦିନ ଅର୍ଥାତ ୯ ତାରିଖ (ମଙ୍ଗଳବାର) ବେଳକୁ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା । ଏନେଇ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।

ତେବେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ଏହାର ଗତିପଥ ଓ ତୀବ୍ରତା ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରାଯିବ। ଏହି ଘୂର୍ଣ୍ଣିବଳୟ ଉପରେ ନିରନ୍ତର ନଜର ରଖାଯାଇଛି ଏବଂ ନିୟମିତ ଭାବେ ଏହାର ତଦାରଖ କରାଯାଉଛି ବୋଲି ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।
ଏଥିପାଇଁ ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ଦକ୍ଷିଣପୂର୍ବ ବଙ୍ଗୋପସାଗରକୁ ଯିବା ମନା କରାଯାଇଛି । ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ଅଞ୍ଚଳରେ ଅଛନ୍ତି, ସେମାନଙ୍କୁ ଫେରି ଆସିବା ପରାମର୍ଶ ଦିଆଯାଇଛି ।
ତେବେ ଏହାର ପ୍ରଭାବରେ ୬ରୁ ୧୨ ତାରିଖ ମଧ୍ୟରେ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମେ ୧୦ ଓ ୧୧ ତାରିଖରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ୮, ୯ ଓ ୧୨ ତାରିଖରେ ବିକ୍ଷିପ୍ତ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
୭ ଓ ୮ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ମେ ୯ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ସଂଲଗ୍ନ ଆଣ୍ଡାମାନ ସାଗରରେ ପବନର ବେଗ ଧୀରେ ଧୀରେ ୫୦ରୁ ୬୦ କିଲୋମିଟରକୁ ବୃଦ୍ଧି ପାଇବ । ୧୦ ଓ ୧୧ ତାରିଖରେ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗରରେ ପବନର ବେଗ ଧୀରେ ଧୀରେ ୬୦ରୁ ୭୦ କିଲୋମିଟରକୁ ବୃଦ୍ଧି ପାଇବ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications