ପୂର୍ବ କେନ୍ଦ୍ରୀୟ ଆରବସାଗରରେ ଲଘୁଚାପ ସୃଷ୍ଟି: ୩୬ ଘଣ୍ଟାରେ ଆହୁରି ଅବପାତରେ ହେବ ପରିଣତ
ପୂର୍ବ କେନ୍ଦ୍ରୀୟ ଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଉତ୍ତର ଦିଗକୁ ଗତି କରି ଅବପାତରେ ପରିଣତ ସମ୍ଭାବନା ।

ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇଥିବା ଜଣାଯାଇଛି। ତେବେ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ କି ନାହିଁ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ଥିବାବେଳେ କିଛି କିଛି ସ୍ଥାନରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଅନ୍ୟପପକ୍ଷରେ ଏଥର ଆଗୁଆ କେରଳ ଛୁଇଁପାରେ ମୌସୁମୀ ବାୟୁ । ବର୍ତ୍ତମାନ ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ଥିବା ଜଣାପଡିଛି । ସାଧାରଣତଃ ମୌସୁମୀ ବାୟୁ ଜୁନ ପ୍ରଥମ ସପ୍ତାହରେ କେରଳ ଛୁଇଁଥାଏ । ତେବେ ଏଥର ମେ ଶେଷ ସପ୍ତାହ ସୁଦ୍ଧା ମୌସୁମୀ କେରଳ ଛୁଇଁବା ନେଇ ଆକଳନ କରାଯାଉଛି ।












Click it and Unblock the Notifications