ଅବପାତର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ; ଏହି ତିନି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି ।

ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଆଶଙ୍କା ଯୋଗୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦୁଇ ତାରିଖରେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଭଳି ଆଉ ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି ।

Heavy rain

ଅନ୍ୟପଟେ ସେପ୍ଟେମ୍ବର ୪ରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ଆଶଙ୍କା କରାଯାଇଛି । ଶ୍ରୀକାକୁଲମ୍ ଓ ବିଶାଖାପାଟନମରୁ ଦୂରରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି କ୍ଷେତ୍ର ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ କ୍ଷେତ୍ର ୪ ଦିନରେ ଅବପାତ ରୂପ ନେବ । ୭ ବା ୮ ତାରିଖରେ ଏହା ଓଡ଼ିଶା ଉପକୂଳରୁ ଛତିଶଗଡ଼ ଆଡ଼କୁ ମୁହାଁଇବାର ଅଛି । ତେଣୁ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+