Low Pressure: ଡବଲ୍ ଲଘୁଚାପ ଆଣିବ ବଡ଼ ବର୍ଷା, ୩ ଦିନ ଯାଏଁ ପ୍ରବଳ ଛେଚିବ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏକା ସହ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ଦକ୍ଷିଣ ଗୁଜରାଟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଉତ୍ତର ପଶ୍ଚିମ ବଙ୍ଗୋସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। । ଏହାଛଡ଼ା ପୁଣି ଥରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।

Double low pressure will bring heavy rain

ଓଡ଼ିଶା ସମେତ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ତେଣୁ ବର୍ଷାର ପରିମାଣ ବଢିପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦେଶର ପଶ୍ଚିମ ଓ ପୂର୍ବ ଭାଗରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+