ଶୀତ ଭିତରେ ଆସୁଛି ବର୍ଷା, ଦାନା ବାନ୍ଧୁଛି ଲଘୁଚାପ

Weather Update: ରାଜ୍ୟରେ ଧିରେ ଧିରେ ଶୀତ ବଢିବାରେ ଲାଗିଛି । ଅନେକ ଜିଲ୍ଲାରେ ପାର ଖସୁଛି । ସକାଳୁ ସକାଳୁ କୁହୁଡ଼ି ସହ ଥଣ୍ଡା ଅନୁଭୂତ ହେଉଛି । ଏହି ସମୟରେ ଶୀତ ଭିତରେ ଆସୁଛି ବର୍ଷା । ବଙ୍ଗୋପସାଗରରେ ଦାନାବାନ୍ଧୁଛି ଲଘୁଚାପ ।

ଆସନ୍ତା 13 ରୁ 15 ତାରିଖ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପରବର୍ତ୍ତୀ 48 ଘଣ୍ଟା ଭିତରେ ଲଘୁଚାପ ରୂପନେବା ସମ୍ଭାବନା ରହିଛି । ପ୍ରଭାବରେ 16 ରିଖରୁ ରାଜ୍ୟରେ ବର୍ଷା ହେବ । ଦକ୍ଷିଣ ସମେତ ଉତ୍ତର ଓଡିଶାରେ ବର୍ଷା ହେବା ସମ୍ଭାବନା ରହିଛି ।

weather

16 ରୁ 18 ତାରିଖ ଭିତରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢେଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ ।

ଅନ୍ୟପଟେ ଓଡ଼ିଶାକୁ ପ୍ରବେଶ କରିବ ପୂର୍ବାଳି ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ବୃଦ୍ଧି ପାଇପାରେ । 12 ତାରିଖ ପର୍ଯ୍ୟନ୍ତ ରାତି ତାପମାତ୍ରା ହ୍ରାସ ପାଇବ ଓ ଦିନ ତାପମାତ୍ରା ବଢ଼ିବ । 13 ରୁ ରାତି ତାପମାତ୍ରା କମିବ । ଏବେ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ପ୍ରଭାବରେ ସ୍ବାଭାବିକ ଠାରୁ 2- ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ । ଆସନ୍ତା 4 ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+