ଲଘୁଚାପ ପ୍ରଭାବ ଆହୁରି ୨ ଦିନ ଯାଏ ପ୍ରବଳ ବର୍ଷା, ୩ ଜିଲ୍ଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍ରେ ସୂଚନା ଦିଆଯାଇଛି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି ।
ବୁଲେଟିନ ଅନୁଯାୟୀ, ରବିବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସୋମବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୋମବାରଠାରୁ ପାଗରେ ପରିବର୍ତ୍ତନ ହେବା ସହ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି।












Click it and Unblock the Notifications